ଅଗଷ୍ଟ 21 ତାରିଖରୁ ଅଗଷ୍ଟ 27 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିଙ୍କର ବନୁଛି ଆକସ୍ମିକ ଧନ ଲାଭ ଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶିର ଫଳଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦିତହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି, ଆଗେଇ ଯିବାର ରାସ୍ତା ଖୋଲି ପାରିବେ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତା ଦେଖାଦେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ରାଶିର ଶୁଭ ରଙ୍ଗ-ନାଲି, ହଳଦୀ, କ୍ରିମ୍। ଅଶୁଭ ରଙ୍ଗ- ସବୁଜ। ରାଶିର ଶୁଭବାର-ସୋମବାର, ମଙ୍ଗଳବାର, ଗୁରୁବାର। ରାଶିର ଶୁଭ ଦେବୀ-ମା ମଙ୍ଗଳା। ରାଶିର ଅଙ୍କ ବା ସଂଖ୍ୟା-୯। ରାଶିର ତାରିଖ-୨୭। ଘାତବାର-ରବିବାର। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶିର ଫଳଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳି ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବାସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଦୂରସ୍ଥାନକୁ ଯାତ୍ରା କଲେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବା ସହ ଉଚ୍ଚଆଶା ପୂରଣ ହେବ। ଶତୃମାନେ ମୁଣ୍ଡ ଟେକିବେ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇପାରନ୍ତି। ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। ଉଦର ରୋଗ, ବାୟୁବିକାର, ଚର୍ମରୋଗ, ସ୍ନାୟୁ ଦୁର୍ବଳତା ଆଦି ରୋଗମାନ ଦେଖା ଦେଇ ପାରେ। ରାଶିର ଶୁଭରଙ୍ଗ-ଧଳା, ସବୁଜ। ଅଶୁଭ ରଙ୍ଗ- ହଳଦୀ, କମଳା। ରାଶିର ଶୁଭବାର-ବୁଧବାର, ଶୁକ୍ରବାର। ରାଶିର ଶୁଭ ଦେବୀ-ଲକ୍ଷ୍ମୀ, କମଳା ଓ ସନ୍ତୋଷୀ ମାତା। ରାଶିର ଶୁଭସଂଖ୍ୟା-୬। ରାଶିର ତାରିଖ-୨୪। ଘାତବାର-ଶନିବାର ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମିଥୁନ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ରୋଗର ଉପଶମ ହେବାସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ନିଜର ପ୍ରଭାବ ବୃଦ୍ଧି ପାଇବ। ନୂତନ ଆୟରସ୍ରୋତ ଖୋଲିଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଅଧୁରା କାର୍ଯ୍ୟ ପୂରଣ ପାଇଁ ପ୍ରୟାସରତ ହେବେ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ରାଶିର ଶୁଭ ରଙ୍ଗ-ଶାଗୁଆ। ଅଶୁଭ ରଙ୍ଗ- ହଳଦୀ, କମଳା। ରାଶିର ଶୁଭବାର-ବୁଧବାର। ରାଶିର ଶୁଭ ଦେବତା- ଶ୍ରୀଗଣେଶ। ରାଶିର ଅଙ୍କ ବା ସଂଖ୍ୟା-୪। ରାଶିର ତାରିଖ-୨୨। ଘାତବାର-ସୋମବାର। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ କର୍କଟ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ନିଜ ଲୋକମାନେ ପରଭଳି ବ୍ୟବହାର କରି ପାରନ୍ତି। ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିପାରେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ବିଦ୍ୟାରେ ଉନ୍ନତି ହେବାସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବା ସହ ହରାଇଥିବା ଧନ ପ୍ରାପ୍ତି ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସାଂସାରିକ ଜୀବନ ସୁଖମୟ ହେବା ସହ ପତି ପତ୍ନୀଙ୍କ ମନ ଭଲ ରହିବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ରାଶିର ଶୁଭରଙ୍ଗ-ଧଳା ଓ କ୍ରିମ। ଅଶୁଭ ରଙ୍ଗ- କିଛି ନାହିଁ। ରାଶିର ଶୁଭବାର-ସୋମବାର। ରାଶିର ଶୁଭ ଦେବତା-ଶିବ। ରାଶିର ଶୁଭଅଙ୍କ ବା ସଂଖ୍ୟା-୨। ଘାତବାର-ବୁଧବାର। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ସିଂହ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଭାଗିଦାରୀଙ୍କ ସହ ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିପାରେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ପାରେ। ରାଶିର ଶୁଭରଙ୍ଗ-କମଳା ଓ ହଳଦିଆ। ଅଶୁଭ ରଙ୍ଗ- କଳା, ନୀଳ। ରାଶିର ଶୁଭବାର-ରବିବାର, ବୁଧବାର। ରାଶିର ଶୁଭ ଦେବତା-ସୂର୍ଯ୍ୟ। ରାଶିର ଶୁଭଅଙ୍କ ବା ସଂଖ୍ୟା-୧। ଘାତବାର-ଶନିବାର ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି। ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖିଲେ ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ଋଣ ଭରଣା ପାଇଁ ଚେଷ୍ଟା କରିବେ। ଆତ୍ମବିଶ୍ୱାସ ସହିତ, ଆପଣ ସମସ୍ତ କାର୍ଯ୍ୟରେ ଭଲ ପ୍ରଦର୍ଶନ କରିବେ। ସାମୟିକ ଚିନ୍ତା ଦୂରହୋଇ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଆୟ ଉତ୍ତମ ହେବାସହ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଶିର ଶୁଭରଙ୍ଗ-ଶାଗୁଆ, କମଳା। ଅଶୁଭ ରଙ୍ଗ- କୃମ୍। ରାଶିର ଶୁଭବାର-ରବିବାର, ବୁଧବାର। ରାଶିର ଶୁଭ ଦେବତା-ଶ୍ରୀ ଗେଣେଶ। ରାଶିର ଶୁଭସଂଖ୍ୟା-୫। ରାଶିର ତାରିଖ-୨୩। ଘାତବାର-ଶନିବାର। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି ଓ ମାନସମ୍ମାନ ପାଇବେ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ସ୍ୱାସ୍ଥ୍ୟ ହାନୀ ହେବାର ସମ୍ଭାବନା ଅଧିକ ସନ୍ତାନଙ୍କ ଖୁସିରେ ଆନନ୍ଦିତ ହେବାସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ ଓ ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଋଣ ଭରଣାରେ ସହଜ ହେବାସହ ଗୃହବାହନ ପ୍ରାପ୍ତି ହେବ ବିଦେଶ ଯାତ୍ରାରେ ଯଶଲାଭ ହେବାସହ ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ବିଭିନ୍ନ ଦିଗରୁ ଲାଭବାନ୍ ହେବେ ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ ଶୁଭରଙ୍ଗ-ଧଳା। ଅଶୁଭରଙ୍ଗ- ହଳଦୀ, କମଳା। ରାଶିର ଶୁଭବାର-ଶୁକ୍ରବାର। ରାଶିର ଶୁଭ ଦେବତା-କୁବେର। ରାଶିର ଶୁଭ ଦେବୀ-ସନ୍ତୋଷି ମା । ରାଶିର ଶୁଭସଂଖ୍ୟା-୬। ରାଶିର ଶୁଭତାରିଖ-୬, ୧୫, ୨୪। ଘାତବାର-ଗୁରୁବାର। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁ ମିତ୍ରଙ୍କର ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସହକର୍ମୀ ମାନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବିଦ୍ୟାରେ ଉନ୍ନତିହେବା ସହ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଉଦର ପୀଡ଼ା ଦେଖା ଦେବାସହ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ। ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ। ପରଧନ ଭୋଗ କରିବାର ଲାଳସା ଜାଗ୍ରତ ହୋଇ ପାରେ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ଶୁଭରଙ୍ଗ-ନାଲି। ଅଶୁଭରଙ୍ଗ-ସବୁଜ। ରାଶିର ଶୁଭବାର-ମଙ୍ଗଳବାର। ରାଶିର ଶୁଭ ଦେବତା- ହନୁମାନ। ରାଶିର ଶୁଭ ଦେବୀ-ମା ମଙ୍ଗଳା। ରାଶିର ଶୁଭସଂଖ୍ୟା-୯। ରାଶିର ଶୁଭତାରିଖ-୨୭। ଘାତବାର-ଶୁକ୍ରବାର। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବାସହ ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ପରିବାର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ପାଇବେ। ସମାଜ ସେବାରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆର୍ଥିକ କ୍ଷେତ୍ରରେ ଅନାଟନ ଦେଖା ଦେବାଯୋଗେ ଚିନ୍ତାଗ୍ରସ୍ତ ହୋଇ ପାରନ୍ତି। ରାଶିର ଶୁଭରଙ୍ଗ-ହଳଦିଆ ଓ ମିଶାରଙ୍ଗ। ରାଶିର ଶୁଭବାର-ଗୁରୁବାର। ରାଶିର ଶୁଭ ଦେବତା-ବିଷ୍ଣୁ। ରାଶିର ଶୁଭ ଦେବୀ-ଉଗ୍ରତାରା, ତାରାତାରିଣୀ। ରାଶିର ଶୁଭସଂଖ୍ୟା-୭। ରାଶିର ଶୁଭତାରିଖ-୨୫ । ଘାତବାର- ଶୁକ୍ରବାର। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମକର ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ ଜୀବନରେ ଆନନ୍ଦିତ ହେବାସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଦୂର ସ୍ଥାନକୁ ଯାତ୍ରା କରି ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ। ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରି ପାରିବେ। ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇବେ। ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ। ନୂତନ ଯୋଜନାରେ ସଫଳତା ମିଳିବା ସହ ଆର୍ଥିକ ଉନ୍ନତିହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରି ଆନନ୍ଦିତ ହେବେ। ରାଶିର ଶୁଭରଙ୍ଗ-ନୀଳ, ଆକାଶିଆ, କଳା। ଅଶୁଭରଙ୍ଗ- କମଳା। ରାଶିର ଶୁଭବାର-ଶନିବାର। ରାଶିର ଶୁଭ ଦେବତା-ଶନିଦେବ ଓ ଶିବଭଗବାନ। ରାଶିର ଶୁଭ ଦେବୀ-କାଳୀ। ରାଶିର ଶୁଭସଂଖ୍ୟା-୮। ରାଶିର ତାରିଖ-୮, ୧୭, ୨୬। ଘାତବାର- ମଙ୍ଗଳବାର। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହୋଇ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବିରୋଧିମାନେ ଦୂରେଇ ଯିବା ଫଳରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଶିର ଶୁଭରଙ୍ଗ-ନୀଳ, ଆକାଶିଆ, କଳା। ଶୁଭରଙ୍ଗ- ନାଲି ଓ କମଳା। ରାଶିର ଶୁଭବାର-ଶୁକ୍ରବାର, ଶନିବାର। ରାଶିର ଶୁଭ ଦେବତା-ଶନିଦେବ ଓ ଶିବଭଗବାନ। ରାଶିର ଶୁଭ ଦେବୀ-ମା ଦକ୍ଷିଣକାଳୀ। ରାଶିର ଶୁଭସଂଖ୍ୟା- ୮। ରାଶିର ଶୁଭତାରିଖ-୨୬। ଘାତବାର-ଗୁରୁବାର। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ ଜନ୍ମ ହୋଇଥିବ ସେମାନେ ମୀନରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଶାନ୍ତି ଅନୁଭବ କରିବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶତୃମାନେ ପରାଜିତ ହେବେ ଓ ଆକସ୍ମିକ ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଶିର ଶୁଭରଙ୍ଗ-ହଳଦିଆ। ଅଶୁଭରଙ୍ଗ-ସବୁଜ। ରାଶିର ଶୁଭବାର-ରବିବାର, ଗୁରୁବାର। ରାଶିର ଶୁଭଦେବତା-ବିଷ୍ଣୁ। ରାଶିର ଶୁଭଦେବୀ-ତାରିଣୀ। ରାଶିର ଶୁଭସଂଖ୍ୟା-୩। ରାଶିର ଶୁଭତାରିଖ-୨୧। ଘାତବାର-ଶୁକ୍ରବାର। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!