ଅଗଷ୍ଟ 28 ତାରିଖରୁ ସେପ୍ଟେମ୍ବର 03 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିଙ୍କର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶିର ଫଳଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସନ୍ତାନଙ୍କର ଉନ୍ନତିରେ ଖୁସି ହେବାସହ ନୂତନ ଗୃହସୁଖ ମିଳି ପାରେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇଦେବ। ରାଶିର ଶୁଭ ରଙ୍ଗ-ନାଲି, ହଳଦୀ, କ୍ରିମ୍। ଅଶୁଭ ରଙ୍ଗ- ସବୁଜ। ରାଶିର ଶୁଭବାର-ସୋମବାର, ମଙ୍ଗଳବାର, ଗୁରୁବାର। ରାଶିର ଶୁଭ ଦେବୀ-ମା ମଙ୍ଗଳା। ରାଶିର ଅଙ୍କ ବା ସଂଖ୍ୟା-୯। ଘାତବାର-ରବିବାର। ପ୍ରତିକାର- ପ୍ରତ୍ୟେକଦିନ ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶିର ଫଳଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଛାତ୍ର ଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ।ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିବ। ବନ୍ଧୁଙ୍କ ସହଯୋଗରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଲାଭପ୍ରାପ୍ତି ହେବ। ରାଶିର ଶୁଭରଙ୍ଗ-ଧଳା, ସବୁଜ। ଅଶୁଭ ରଙ୍ଗ- ହଳଦୀ, କମଳା। ରାଶିର ଶୁଭବାର-ବୁଧବାର, ଶୁକ୍ରବାର। ରାଶିର ଶୁଭ ଦେବୀ-କମଳାମାତା। ରାଶିର ଶୁଭସଂଖ୍ୟା-୬। ଘାତବାର-ଶନିବାର। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମିଥୁନ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ, ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ସମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରି ପାରନ୍ତି। ରାଶିର ଶୁଭ ରଙ୍ଗ-ଶାଗୁଆ। ଅଶୁଭ ରଙ୍ଗ- ହଳଦୀ, କମଳା। ରାଶିର ଶୁଭବାର-ବୁଧବାର। ରାଶିର ଶୁଭ ଦେବତା- ଶ୍ରୀଗଣେଶ। ରାଶିର ଅଙ୍କ ବା ସଂଖ୍ୟା-୪। ରାଶିର ତାରିଖ-୩୧। ଘାତବାର-ସୋମବାର। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ କର୍କଟ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ସୁସ୍ଥ ବାତାବରଣ ଜାରି ରହିବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବାସହ ପାରିବାରିକ ଜୀବନରେ ଶାନ୍ତି ପାଇବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ଓ ସରକାରୀ ସାହାଯ୍ୟ ମିଳିପାରେ। ରାଶିର ଶୁଭରଙ୍ଗ-ଧଳା ଓ କ୍ରିମ। ଅଶୁଭ ରଙ୍ଗ- କିଛି ନାହିଁ। ରାଶିର ଶୁଭବାର-ସୋମବାର। ରାଶିର ଶୁଭ ଦେବତା-ଶିବ। ରାଶିର ଶୁଭଅଙ୍କ ବା ସଂଖ୍ୟା-୨। ରାଶିର ତାରିଖ-୨୯। ଘାତବାର-ବୁଧବାର। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ସିଂହ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ ସେବାରେ ମନଯୋଗ ଦେଇ ସ୍ଵନାମ ଅର୍ଜନ କରିପାରିବେ। ପାରିବାରିକ ଜୀବନ ଆନନ୍ଦମୟ ହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅପଣା ଲୋକଙ୍କ ସହଯୋଗ ପାଇ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡିହେବ। ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ରାଜନୈତିକ କ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିପାରେ। ରାଶିର ଶୁଭରଙ୍ଗ-କମଳା ଓ ହଳଦିଆ। ଅଶୁଭ ରଙ୍ଗ- କଳା, ନୀଳ। ରାଶିର ଶୁଭବାର-ରବିବାର, ବୁଧବାର। ରାଶିର ଶୁଭ ଦେବତା-ସୂର୍ଯ୍ୟ। ରାଶିର ଶୁଭଅଙ୍କ ବା ସଂଖ୍ୟା-୧। ରାଶିର ତାରିଖ-୨୮, ୧। ଘାତବାର-ଶନିବାର। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ଚିନ୍ତାରୁ ମୁକ୍ତି ମିଳିବାସହ ସାମାଜିକ ପତିଆରା ଅମଳିନ ରହିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ସନ୍ତାନଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇପାରେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବାସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବାସହ ଆର୍ଥୀକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ରାଶିର ଶୁଭରଙ୍ଗ-ଶାଗୁଆ, କମଳା। ଅଶୁଭ ରଙ୍ଗ- କୃମ୍। ରାଶିର ଶୁଭବାର-ରବିବାର, ବୁଧବାର। ରାଶିର ଶୁଭ ଦେବତା-ଶ୍ରୀ ଗେଣେଶ। ରାଶିର ଶୁଭସଂଖ୍ୟା-୫। ଘାତବାର-ଶନିବାର। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପ୍ରତିଯୋଗୀତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅତୀତରେ ଆପଣଙ୍କ ଦ୍ୱାରା କରାଯାଇଥିବା ଭଲ କାର୍ଯ୍ୟପାଇଁ ପ୍ରଶଂସିତ ହେବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ରାଶିର ଶୁଭରଙ୍ଗ-ଧଳା। ଅଶୁଭରଙ୍ଗ- ହଳଦୀ, କମଳା। ରାଶିର ଶୁଭବାର-ଶୁକ୍ରବାର। ରାଶିର ଶୁଭ ଦେବତା-କୁବେର। ରାଶିର ଶୁଭ ଦେବୀ-ସନ୍ତୋଷି ମା । ରାଶିର ଶୁଭସଂଖ୍ୟା-୬। ଘାତବାର-ଗୁରୁବାର। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ମନ ବଳେଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ମାନସିକ ଅଶାନ୍ତି ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶୁଭରଙ୍ଗ-ନାଲି। ଅଶୁଭରଙ୍ଗ-ସବୁଜ। ଶୁଭବାର-ମଙ୍ଗଳବାର। ଶୁଭ ଦେବତା- ହନୁମାନ। ଶୁଭ ଦେବୀ-ମା ମଙ୍ଗଳା। ଶୁଭସଂଖ୍ୟା-୯। ଘାତବାର-ଶୁକ୍ରବାର। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ପରାଜିତ ହେବାସହ ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନର ଅଧିକାରୀ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ଆପଣଙ୍କର ଶୁଭରଙ୍ଗ-ହଳଦିଆ ଓ ମିଶାରଙ୍ଗ। ଶୁଭବାର-ଗୁରୁବାର। ଶୁଭ ଦେବତା-ବିଷ୍ଣୁ। ଶୁଭ ଦେବୀ-ଉଗ୍ରତାରା। ଶୁଭସଂଖ୍ୟା-୭। ଘାତବାର- ଶୁକ୍ରବାର। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମକର ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବାସହ ଯାତ୍ରା ଫଳରେ ଉତ୍ସାହିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଶୁଭରଙ୍ଗ-ନୀଳ, ଆକାଶିଆ, କଳା। ଅଶୁଭରଙ୍ଗ- କମଳା। ଶୁଭବାର-ଶନିବାର। ଶୁଭ ଦେବତା-ଶନିଦେବ। ଶୁଭ ଦେବୀ-କାଳୀ। ଶୁଭସଂଖ୍ୟା-୮। ଘାତବାର- ମଙ୍ଗଳବାର। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିପାରିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। କାର୍ଯ୍ୟକ୍ଷେତ୍ରରେ ମାନ ମନାନ୍ତର ଦୂର ହୋଇ ସଫଳତା ପାଇବେ। ଉଧାର ଦେଇ ଫେରି ପାଇବା ସହଜ ହେବ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଶୁଭରଙ୍ଗ-ନୀଳ, ଆକାଶିଆ, କଳା। ଅଶୁଭରଙ୍ଗ- ନାଲି ଓ କମଳା। ଶୁଭବାର-ଶୁକ୍ରବାର, ଶନିବାର। ଶୁଭ ଦେବତା-ଶନିଦେବ ଓ ଶିବଭଗବାନ। ଶୁଭ ଦେବୀ-ମା ଦକ୍ଷିଣକାଳୀ। ଶୁଭସଂଖ୍ୟା- ୮। ଘାତବାର-ଗୁରୁବାର। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ ଜନ୍ମ ହୋଇଥିବ ସେମାନେ ମୀନରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତିହେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇପାରନ୍ତି। ସରକାରୀ ଚାପ ପଡିଲେ ମଧ୍ୟ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ପଦୋନ୍ନତିର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ।ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ଶୁଭରଙ୍ଗ-ହଳଦିଆ। ଅଶୁଭରଙ୍ଗ-ସବୁଜ। ଶୁଭବାର-ରବିବାର, ଗୁରୁବାର। ଶୁଭଦେବତା-ବିଷ୍ଣୁ। ଶୁଭଦେବୀ-ତାରିଣୀ। ଶୁଭସଂଖ୍ୟା-୩। ଶୁଭତାରିଖ-୩୦, ୩। ଘାତବାର-ଶୁକ୍ରବାର। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!