ଜୁନ 12 ତାରିଖରୁ ଜୁନ 18 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 5ଟି ରାଶିରେ ବନୁଛି ଧନଲକ୍ଷ୍ମୀ ଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। ଶତୃମାନେ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହୋଇ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ। ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର:- ପ୍ରତ୍ୟେକଦିନ ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ଖେଳ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସୁନାମ ଅର୍ଜନ କରିବେ। ମାନସିକ ଅଶାନ୍ତି ଦୂର ହେବ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରେମିକ ପ୍ରେମିକାମାନଙ୍କର ବସ୍ତ୍ରଆଭୂଷଣ ଆଦି ଲାଭହେବ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ। ବିଦେଶ ଯାତ୍ରାରେ ଲାଭ ପାଇବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ଘରୋଇ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହ ସୁଖମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କଠିନ ପରିଶ୍ରମ କରିବା ଦ୍ଵାରା ଯଶମାନ ସମ୍ମାନ ମିଳିବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ଗୃହରେ କଲ୍ୟାଣ କର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ବ୍ୟବସାୟୀ ମାନଙ୍କୁ ସାମାନ୍ୟଲାଭ ପ୍ରାପ୍ତି ହେବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ ଓ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଶତୃଙ୍କ ଠାରୁ ସାହାଯ୍ୟ ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଜମି ଜମା ସଙ୍କ୍ରାନ୍ତିୟ କାଗଜ ପତ୍ରରେ ସଫଳତା ମିଳିବ। ରୋଜଗାର ସମସ୍ୟା ସୁଧୁରି ଯିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ସହଜରେ ପୂର୍ଣ୍ଣ ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ଅର୍ଥାଗମ ଦିଗ ଖୋଲା ରହିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭକରିବେ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ସଫଳତା ମିଳିବ।ବ୍ୟବସାରେ ଉନ୍ନତି ହେବ। ବିଦ୍ୟାରେ ଉନ୍ନତି କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ। ରାଜନୀତି କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ମିତ୍ରମାନଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ବ୍ୟବସାୟମାନେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବା ସହ ଅଧିକ ଲାଭ କରିବେ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବା ଫଳରେ ମାନସମ୍ମାନ ବଜାୟ ରହିବ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ଆର୍ଥିକସ୍ଥିତି ସୁଦୃଢ ହେବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଶିଳ୍ପୀ, ସାହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରେମ ପ୍ରସଙ୍ଗରେ ଆନନ୍ଦ ମିଳିବ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସୁବର୍ଣ୍ଣ ସୁଯୋଗକୁ ହାତଛଡା ନକରିବା ଉଚିତ୍। ରାଜନୀତିରେ ସଫଳତା ମିଳିବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ପ୍ରବାସ ଯାତ୍ରାରେ ବିଶେଷ ଲାଭବାନ୍ ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ମାଆବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ମନ ଲଗେଇ କାମକଲେ ଅଶୁଭତ୍ୱ ନାଶହୋଇ ଶୁଭ ଫଳ ପ୍ରାପ୍ତି ହେବ ଓ ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ପ୍ରବାସ ଯାତ୍ରାରେ ବିଶେଷ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!