ଜୁନ 26 ତାରିଖରୁ ଜୁଲାଇ 02 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ଧନଲକ୍ଷ୍ମୀଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। କର୍ମକ୍ଷେତ୍ରରେ ସଫଳତା ଲାଭ କରି ଉଚ୍ଚସମ୍ମାନ ପାଇବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ବାହାର ପତିଆରା ଭଲ ରହିବ ଓ ଦାମ୍ପତ୍ୟଜୀବନ ଅତ୍ୟନ୍ତ ଆନନ୍ଦ ଦାୟକ ହେବ। ସାଧାରଣ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧିହେବ। ଅନେକ ସମସ୍ୟାକୁ ସମାଧାନ କରି ସମ୍ମାନ ପାଇବେ। ସୁନ୍ଦର ସ୍ଥାନକୁ ପରିବାର ସହିତ ବୁଲିବା ପାଇଁ ଯାଇ ପାରନ୍ତି। ବିଦ୍ୟାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପ୍ରତିଯୋଗୀତା ପରୀକ୍ଷା ଏବଂ ସାକ୍ଷାତକାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ଯୋଜନାରେ ସଫଳତା ମିଳିବାସହ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ସୁସମ୍ବାଦ ଶୁଣିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ ଓ ଋଣ ପରିଶୋଧ କରିପାରିବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆୟ ବୃଦ୍ଧିହେବାସହ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ପିଲାମାନେ ସେମାନଙ୍କ ଅଧ୍ୟୟନ ପାଇଁ ଆନନ୍ଦିତ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଅର୍ଥଲାଭ ହେବ ଓ ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ପରିବାରରେ ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ଅନୁକୂଳ ପରିସ୍ଥିତି ବଜାୟ ରହିବାସହ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବୃଦ୍ଧଲୋକ ମାନଙ୍କ ଆଶୀର୍ବାଦ ପାଇ କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ।ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ପ୍ରପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବକେୟା ଅର୍ଥ କିଛି ମିଳିବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକସ୍ଥିତି ସୁଧୁରି ଯିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆୟ ବୃଦ୍ଧିହେବାସହ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବିଦେଶ ଯାତ୍ରା ଫଳରେ ଅଟକିଥିବା ଅର୍ଥ ପ୍ରାପ୍ତି ହେବ। ଅନେକ ସମସ୍ୟାର ସମାଧାନ ହୋଇ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତିହେବ। ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେଲେ ମଧ୍ୟ ନିରାକରଣ ଓ ସମାଧାନ କରିପାରିବେ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ବ୍ୟବସାୟରେ ଆଶାତୀତ ଲାଭବାନ୍ ହେବେ। ସନ୍ତାନ ମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରତିକାର:- ପ୍ରତ୍ୟେକଦିନ ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ରାଜନେତା ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସରେ କେତେକ କ୍ଷେତ୍ରରେ ଲାଭବାନ୍ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। କେହି କୌଣସି କ୍ଷତି କରି ପାରିବେ ନାହିଁ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହୋଇ ଶରୀର ସୁସ୍ଥ ରହିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ରାଜନୀତି ମାମଲାରେ ସଫଳତା ମିଳିବ। ସନ୍ତାନର ଉଚ୍ଚଶିକ୍ଷା ପାଇଁ ଦୂରଯାତ୍ରା କରିବାକୁ ପଡ଼ିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ସ୍ଥଗିତଥିବା କର୍ମଟି ପୂରଣ କରି ପାରନ୍ତି। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ଦୂର ସ୍ଥାନକୁ ଯାତ୍ରା କରିବେ ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇବେ ଓ ଉଚିତ୍ ପନ୍ଥା ଗ୍ରହଣ କଲେ ରୋଜଗାର ସମସ୍ୟା ସୁଧୁରି ଯିବ। ଅଧ୍ୟୟନ ରେ ମନ ନିବେଶ କରି ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ବ୍ୟବସାୟ ବାଣିଜ୍ୟରେ ସୁଫଳ ପ୍ରାପ୍ତିହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସାମାଜିକ ସ୍ତରରେ ସମ୍ମାନ ଲାଭ ହେବାସହ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ପ୍ରଚୁର ଲାଭ କରି ପାରିବେ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସମାଜ ସେବା ଓ ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରିକ୍ଷାରେ ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରୋଜଗାର ସମସ୍ୟା ସୁଧୁରି ଯିବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ସାମାଜିକ କାର୍ଯ୍ୟରେ ବାଧାପ୍ରାପ୍ତ ହୋଇ ପାରେ। ସନ୍ତାନଙ୍କ ଯୋଗେ ମାନସିକ ଚିନ୍ତା ଦେଖାଦେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଆର୍ଥିକ ଦିଗରୁ ସୁବିଧା ହୋଇଯିବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!