ଦୈନିକ ରାଶିଫଳ: 01 ଅକ୍ଟୋବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପରିବାରରେ ମାନସିକ ଅଶାନ୍ତି ଦେଖାଦେବ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ଜାଗାଜମି, ଗୃହ ଉପକରଣ କ୍ରୟ ନକରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ଗୃହବାହନ ପ୍ରାପ୍ତି ପରିଜନଙ୍କ ତରଫରୁ ଶୁଭ ସମାଚାର ମିଳିପାରେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନ ଦ୍ରବ୍ୟ କ୍ରୟ କରିବେ। ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ। କାରବାରରେ ସୁଧାର ଆସିବା ଫଳରେ ମନ ଓ ଶରୀର ଭଲ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଆୟ ଊତ୍ତମ ସ୍ଥଳେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଧନ ଲାଭ ହେବାରୁ ମନ ଖୁସି ରହିବ। ସ୍ଥଗିତଥିବା କର୍ମଟି ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି ସାଧାରଣବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବିଦ୍ୟାରେ ଉନ୍ନତି କରିବେ ଓ ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ବିଦେଶ ଯାତ୍ରାରେ ଯଶଲାଭହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୈତିକ କ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂତନପନ୍ଥା ଅନୁସରଣ କରିବେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି ସହ ଆୟ ମଧ୍ୟ ଉତ୍ତମ ହେବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ପାରିବାରିକ ପତିଆରା ଭଲ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ମୀନ:-ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!