ମେଷ:-ବ୍ୟବସାୟରେ ଆଶାତୀତ ଲାଭମିଳିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ସାମୁହିକ କାର୍ଯ୍ୟ ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇବେ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମିଥୁନ:-ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ, କୀର୍ତ୍ତୀ ପ୍ରତିଷ୍ଠାରେ ବୃଦ୍ଧି ହେବ। ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ବିବାଦୀୟ ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଶାନ୍ତିହେବେ। ବ୍ୟବସାୟରେ ଭଲ ଲାଭ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ବ୍ୟବସାୟକ୍ଷେତ୍ରରେ ଆର୍ଥିକ ଉନ୍ନତି ଦେଖାଦେବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଯୁବକ-ଯୁବତୀମାନଙ୍କର ଶତୃମାନେ ଦୂରେଇ ଯିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଆତ୍ମୀୟମାନେ ବିଶ୍ୱାସ ଘାତକତା କରିବେ। ପିତା-ମାତାଙ୍କର ଶରୀର ଅସୁସ୍ଥ ରହିବ। ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ପ୍ରତିକାର- କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କନ୍ୟା:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆର୍ଥିକ ଅନାଟନ ଦେଖା ଦେବ। ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ
ତୁଳା:-ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ କଠିନ ପରିଶ୍ରମ କରିବେ। ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରି ପାରନ୍ତି। କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। କିନ୍ତୁ ପରିବାର ଜନଙ୍କ ପାଇଁ ଅଚାନକ ଖର୍ଚ୍ଚ ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇ ପାରେ। ପରିବାରରେ ଅଶାନ୍ତି ଦେଖାଦେବା ସହ ସ୍ୱାସ୍ଥ୍ୟ ଖରାପ ହୋଇପାରେ। କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର:-ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ବ୍ୟବସାୟରେ ବୁଦ୍ଧି ପ୍ରୟୋଗ କରି ବଡ ଧରଣର ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ଧନ ସଂଗ୍ରହ କରିବାର ଚେଷ୍ଟା ସଫଳ ହେବ। ଶତୃମାନଙ୍କୁ ମୁକାବିଲା କରିପାରିବେ ଓ ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଛାତ୍ର-ଛାତ୍ରୀମାନେ ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।