ମେଷ:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ପାଇବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ମାନସିକ ସ୍ଥିତି ଭଲ ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ। କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମିଥୁନ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କର୍କଟ:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ି ପାରେ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। କରଜ ଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ସିଂହ:-ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ। ଛାତ୍ର ଛାତ୍ରୀ ମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ନିକଟ ସମ୍ପର୍କୀୟମାନଙ୍କ ଶୁଭକାମନା ଓ ସାହାଯ୍ୟ କାରୀ ମନୋବୃତ୍ତି ମନକୁ ଖୁସି କରି ପାରେ। ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବାସହ ମାନସିକ ଶାନ୍ତି ପାଇବେ। ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ।ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ।ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।
ଧନୁ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମକର:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନ ସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।