ମେଷ:-ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ।ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବାସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କିନ୍ତୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ବନ୍ଧୁ ସମାଗମ ହେବାଦ୍ଵାରା ଖର୍ଚ୍ଚାନ୍ତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବାସହ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ। ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ସିଂହ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବାସହ ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ବଢିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ପାରିବାରିକ ଜୀବନ ସୁଖରେ କଟିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ତୁଳା:-ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଉତ୍ସାହିତ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। କ୍ଷମତା, ଯୋଗ୍ୟତାରେ ଯୋଡି ହୋଇ ପାରିବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ।ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମକର:-ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପୁରାତନ ରୋଗ ପ୍ରକୋପର ଉପସମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କୁମ୍ଭ:-ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆୟବୃଦ୍ଧି, ଋଣମୁକ୍ତି, ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ ଓ ବକେୟା ଅର୍ଥ ଆଦାୟ ହେବ। ପ୍ରତିକାର-ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।