ଦୈନିକ ରାଶିଫଳ: 01 ଜାନୁୟାରୀ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେବେ। ରାଜନୀତିରେ ଉନ୍ନତି ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ରାଜନୀତି ମାମଲାରେ ସଫଳତା ମିଳିବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବାସହ ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ସାମାଜିକ ସ୍ତରରେ ସମ୍ମାନ ଲାଭ ହେବାସହ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବ୍ୟବସାୟକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ।ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ପ୍ରଚୁର ଲାଭ କରି ପାରିବେ। ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ରାଜନୀତି ମାମଲାରେ ସଫଳତା ମିଳିବ। କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଶାରିରୀକ ଅସୁସ୍ଥତା ଦୂର ହୋଇ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବାସହ ସୁ-ସମ୍ବାଦ ପାଇ ଖୁସିହେବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ସ୍ଥିତି ସନ୍ତୋଷ ଜନକ ହେବ ଓ ଉନ୍ନତି ମୂଳକ ପଦକ୍ଷେପ ନେବେ। ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଥଗିତଥିବା କର୍ମଟି ପୂରଣ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହୋଇ ଶରୀର ସୁସ୍ଥ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଜନସେବାରେ ନିଜକୁ ନିୟୋଜିତ କରି ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେଲେ ମଧ୍ୟ ନିରାକରଣ ଓ ସମାଧାନ କରିପାରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରହିବ। ପରିବାରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ସମସ୍ତ କର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-ଶତୃମାନେ ପରାଜିତ ହେବେ। ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। ପାଖ ପଡୋଶୀମାନଙ୍କ ସହଯୋଗ ରେ ଗୃହସମସ୍ୟା ସମାଧାନ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ଶରୀର ସୁସ୍ଥ ରହିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ହୋଟେଲ୍, ତେଲବ୍ୟବସାୟୀ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। କର୍ମଚାରୀ ମାନେ ସହକର୍ମୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରି କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି। ବିଦ୍ୟାର୍ଥିମାନେ କେତେକ କ୍ଷେତ୍ରରେ ଭଲ କାମକରି ସଫଳ ହେବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!