ଦୈନିକ ରାଶିଫଳ: 01 ଜୁନ୍ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କର୍ମଚାରୀ ମାନଙ୍କର କାର୍ଯ୍ୟକ୍ଷେତ୍ରରେ ପରିବର୍ତ୍ତନ ହେବା ସହ ଆୟ ଉପାର୍ଜ୍ଜନରେ ବୃଦ୍ଧି ପାଇବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ଆୟର ସ୍ରୋତ ବୃଦ୍ଧି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଉତ୍ତମ ରୋଜଗାର କରି ପାରିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସକଳ କାର୍ଯ୍ୟରେ ସଫଳତା ମିଳିବାସହ ଉଚ୍ଚଆଶା ପୂରଣ ହୋଇପାରେ। ବ୍ୟବସାୟରେ ଅଧିକ ପରିଶ୍ରମ କରି ଉଚିତ୍ ଲାଭ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଶୁଭ ସମ୍ବାଦପାଇ ଖୁସିହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ପ୍ରତିକାର- ମାଆ ବାପାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ନୂଆ ବେପାରୀଙ୍କ ସହ ଯୋଗାଯୋଗ କରି ନୂତନ ବ୍ୟବସାୟର ଯୋଜନା କରିବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପୂରାତନ ବନ୍ଧୁମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ ଓ ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟ ହେବ। ପାଦପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇ ପାରେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-ଶରୀରସୁସ୍ଥ ରହିବାସହ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ସରକାରୀ କାମରେ ସଫଳତା ପାଇବା ଫଳରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଶ୍ରମ ସାର୍ଥକ ହୋଇ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ଭାତୃବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ପ୍ରସଂଶିତ ହେବେ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ତୁଳା:-ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେବା ସହ ଋଣ କରିଥିବା ଅର୍ଥ ହସ୍ତଗତ ହେବ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପାରିବାରିକ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। କିନ୍ତୁ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ଶତୃମାନେ ମୁଣ୍ଡ ଟେକିବେ। ଆଜି କୌଣସି ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ, କଲେ ଅସୁବିଧାରେ ପଡିପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:- ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରିୟଜନଙ୍କ ଠାରୁ ସାହାଯ୍ୟ ପ୍ରାପ୍ତି ହେବାସହ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ କାରରେ ସଫଳ ହେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ଶତ୍ରୁହାନୀ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସୁଖ, ସମ୍ପତ୍ତି ଲାଭ ଓ ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବାଦବିବାଦ, ମାଲିମକଦ୍ଦମା, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଜୟଲାଭ ହେବ। ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିପାରେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ରାଜନୀତିରେ ଉନ୍ନତି ହେବାସହ କର୍ମମୁଖରତା ଯୋଗେ ପରିବାର ଜନଙ୍କ ଠାରୁ ବିଚ୍ଛିନ୍ନ ହୋଇ ପଡ଼ିବା ଅସମ୍ଭବ ନୁହେଁ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ।ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!