ଦୈନିକ ରାଶିଫଳ: 01 ଜୁନ୍ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। କେତେକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଧର୍ମକର୍ମରେ ରୁଚି ବଢିବା ଫଳରେ କୌଣସି ଆୟୋଜନ ମଧ୍ୟ କରେଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ମାଆ ବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହ ଯୋଗ କରିବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରୀରିକ ଅସୁସ୍ଥତା ଦୂର ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ପ୍ରାପ୍ତ ହେବା ଫଳରେ ସମସ୍ତ ଚିନ୍ତା ଦୂର ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିପାରେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇ ପାରେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସମସ୍ୟାର ସମାଧାନ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରିବାରରେ ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ। ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ। ଦୂରଯାତ୍ରାରେ ବିଫଳ ହୋଇ ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-ସବୁଥିରେ ସଫଳତା ମିଳିବା ଫଳରେ ଦିନଟି ହସ ଖୁସିରେ ବିତିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃମାନେ ଦୂରେଇ ଯିବେ ଓ ମେହନତର ପରିଣାମ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିବା ଫଳରେ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗରପ୍ରକୋପ ସହିତ ଉଦର ପୀଡ଼ା ଦେଖାଦେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି କଷ୍ଟ ଅନୁଭବ କରିବେ। ଚାକିରିରେ ସ୍ଥାନାନ୍ତର ଭୟ ରହିବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସମସ୍ୟାର ସମାଧାନ କରିବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯାଇ ପାରେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ଶତୃମାନେ ଦୂରେଇ ଯିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ କିଛି ଆଦାୟ ହୋଇ ପାରେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ମନଉଣାହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ଧନର ଆଗମନ ହୋଇପାରେ। ନୂତନ ଦ୍ରବ୍ୟ କ୍ରୟ କରିବେ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ମଉଜ ମସ୍ତିରେ ସମୟ କଟିପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!