ଦୈନିକ ରାଶିଫଳ: 01 ଜୁଲାଇ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଯୋଗେ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ସତର୍କରେ ନ ଚାଲିଲେ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ଦାଗ ଲାଗିପାରେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ପାରନ୍ତି। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ୟା ସମାଧାନହୋଇ ଉଚ୍ଚ ଆଶାରେ ଆଗେଇବେ ଓ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ଓ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ଆୟବୃଦ୍ଧି ହେବା ଫଳରେ ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଶତୃମାନେ ଦୂରେଇଯିବେ ଓ କର୍ମକ୍ଷେତ୍ରରେ ପଦୋନ୍ନତିସହ ସୁଖସମ୍ପତ୍ତି ଲାଭ ହେବ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ବାକିଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶି ଯିବେ। ନିଜେ କରୁଥିବା କାର୍ଯ୍ୟର ଅନ୍ୟଲୋକ ଫାଇଦା ଉଠାଇବେ। ଶରୀର ଭଲ ରହିବନାହିଁ। ଦାମ୍ପତ୍ୟସୁଖ କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇପଡ଼ିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବାସହ ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଭାତୃ ବିବାଦ, ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ। ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ କଠିନ କାର୍ଯ୍ୟ ସହଜରେ ସମାଧାନ କରି ପାରିବେ। ବ୍ୟବସାୟରେ କଠିନ ପରିଶ୍ରମର ସକରାତ୍ମକ ଫଳାଫଳ ପାଇବେ ଓ ବକେୟା ଅର୍ଥ କିଛି ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଉଚ୍ଚଆଶା ସଫଳ ହେବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବାସହ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ ଓ କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ ଓ ଶୁଭ ସମ୍ବାଦ ପାଇ ଖୁସିହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ ଓ କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପସଂଶିତ ହେବେ। ବାଦବିବାଦ କ୍ଷେତ୍ରରେ କୃତକାର୍ଯ୍ୟ ହେବାସହ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ। ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ ଓ ଅନିଶ୍ଚିତ ଆୟ ତୁଳାନାରେ ବ୍ୟୟରମାତ୍ରା ବୃଦ୍ଧିହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ହେବାସହ ଉଚିତ୍ ନ୍ୟାୟମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ଦାଇତ୍ଵ ବଢିଯିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ସନ୍ତାନଙ୍କ ଖୁସି ଖବର ପାଇ ମାନସିକ ଶାନ୍ତି ପାଇବେ। ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ ଓ ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!