ଦୈନିକ ରାଶିଫଳ: 01 ଡିସେମ୍ବର 2025, ମହାଦେବଙ୍କ କୃପାରୁ ଏହି ରାଶିଙ୍କୁ 3 ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହୋଇ ପାରନ୍ତି। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଜନସେବାରେ ନିଜକୁ ନିୟୋଜିତ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ମଉଜ ମସ୍ତିରେ ସମୟ କଟିପାରେ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ଓ ପଦୋନ୍ନତିର ସୂଚନା ପାଇ ପାରନ୍ତି। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବ୍ୟାପାର କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ନାନା ବାଟରେ ଧନାଗମ ଘଟିବ ଓ ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। କର୍ମକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପରିଶ୍ରମ କରି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ।ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ଶୁଭ ସମାଚାର ମିଳିବ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଅର୍ଥଲାଭର ମାର୍ଗ ଖୋଲିଯିବ। ପଦୋନ୍ନତିର ସଙ୍କେତ ପାଇବେ। କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟପ୍ରାପ୍ତି ହେବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଏବଂ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବେ। ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମ କ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ଆୟ ମଧ୍ୟ ଉତ୍ତମ ରହିବ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରେମ ପ୍ରସଙ୍ଗ ଓ ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଶତୃପକ୍ଷ ଦୁର୍ବଳ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ଓ ପରୀକ୍ଷା, ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ