ଦୈନିକ ରାଶିଫଳ: 01 ଫେବୃୟାରୀ 2025, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ଶିକ୍ଷାକ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିବାରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ। ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବା ସହ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛିଖାଇବାକୁ ଦିଅନ୍ତୁ।

କର୍କଟ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ। ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। କର୍ମକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ କର୍ମଚାରୀମାନେ ବେସୀ ଉପକୃତ ହେବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଦ୍ଵନ୍ଦିତା ରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ କଲେ ବ୍ୟବସାୟକୁ ବଢେଇ ପାରିବେ। କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

ଧନୁ:-ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଓ ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ବ୍ୟବସାୟ ରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତିରେ ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା ଓ ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ।ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର-ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!