ଦୈନିକ ରାଶିଫଳ: 01 ମଇ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ଧନର ଆଗମନ ହୋଇପାରେ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ଦୂରେଇ ଯିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଯାତ୍ରା ଫଳରେ ଉତ୍ସାହିତ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ନୂତନ ବସ୍ତୁ କ୍ରୟ କରି ପାରିବେ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ରାଜନୀତିରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ରାଜନୈତିକ କ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ।ଚାଲୁ ରହିଥିବା କାର୍ଯ୍ୟରେ ନୂଆ ସମସ୍ୟାର ସାମ୍ନା କରିବାକୁ ପଡି ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ଯଶ, ମାନସମ୍ମାନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ। ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ବଢିବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାମାନେ ନୂତନପନ୍ଥା ଅନୁସରଣ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପରିବାର ଜନଙ୍କ ସହିତ ସମୟ ବିତେଇ ପାରିଲେ ନିଜକୁ ସୁରକ୍ଷିତ ଅନୁଭବ କରିବେ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟାର୍ଥି ମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ। ନୂତନ କର୍ମ ପ୍ରାପ୍ତି ହେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ବ୍ୟବସାୟ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ। ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ଫୋନ ବା ଇଣ୍ଟରନେଟ୍ ରେ ନୂତନ ବନ୍ଧୁଙ୍କ ସହିତ ଯୋଗାଯୋଗ ହେବା ଫଳରେ ମନଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବା ଫଳରେ ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବା ସହ ବୁଦ୍ଧିଜୀବି ମାନଙ୍କ ସାନ୍ନିଧ୍ୟରେ ଆସିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ସ୍ଥଗିତଥିବା କର୍ମଟି ପୂରଣ କରିବା ପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!