ଦୈନିକ ରାଶିଫଳ: 01 ମାର୍ଚ୍ଚ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ। ସରକାରୀ କାମରେ ସଫଳତା ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଉଚିତ୍ ପରାମର୍ଶ ପାଇ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ।ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଗୁରୁଜନଙ୍କ ସହମତିରେ ଆଗକୁ ବଢିପାରିବେ। ସରକାରୀ ଚାପ ପଡିଲେ ମଧ୍ୟ ଉଚ୍ଚଆଶା ସଫଳ ହେବ। କେତେକ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସାମ୍ବାଦିକ ମାନେ ଶୁଭ ସମାଚାର ପାଇବେ। ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀ ହେବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସାମାଜିକ କାର୍ଯ୍ୟରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଆଦର୍ଶବାଦୀ ହୋଇ ତଳସ୍ତରରେ ପ୍ରଶଂସିତ ହେବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ ମାନ ସମ୍ମାନ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପଢିବା, ପଢେଇବା ମାମଲାରେ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ସାମ୍ବାଦିକ ମାନେ ଶୁଭ ସମାଚାର ପାଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ଘରୋଇ କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି। ସାମାଜିକ କାର୍ଯ୍ୟରେ ବିଜୟୀ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀକ ପ୍ରେମିକାଙ୍କର ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!