ଦୈନିକ ରାଶିଫଳ: 01 ସେପ୍ଟେମ୍ବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ। କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଯାତ୍ରାଫଳରେ ଉତ୍ସାହିତ ହେବେ। ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଉଚ୍ଚଶିକ୍ଷା ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ନୂଆ ଯୋଜନାରେ ସଫଳ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ମାନସିକ ସୁସ୍ଥତା ଅନୁଭବ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। ନୂତନ ଆୟପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆମୋଦ-ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳି ପାରେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବିରୋଧିମାନେ ଦୂରେଇ ଯିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ମୀନ:-ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!