ଦୈନିକ ରାଶିଫଳ: 01 ସେପ୍ଟେମ୍ବର 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପତିଆରା ଅମଳିନ ରହିବ ଓ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। କଳା, ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରନ୍ତି। ଜମି ଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। କର୍ମକ୍ଷେତ୍ରରେ ସାଧାରଣ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଶତ୍ରୁତା ଥିବାବ୍ୟକ୍ତି ବିଶେଷ ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ପରିବାରରେ ମନୋମାଳିନ୍ୟ ବା ବିହିନ୍ନ ପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ସାମାଜିକ ସ୍ତରରେ ଖ୍ୟାତି ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। କର୍ମକ୍ଷେତ୍ରଟି ସୁଦୃଢ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। ପୁରାତନ ରୋଗର ଉପସମ ହୋଇ ମାନସିକ ଏକାଗ୍ରତା ବଜାୟ ରହିବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବାପାଇଁ ଯୋଗାଯୋଗ କରିପାରନ୍ତି। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ତୁଳା:-ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂଆ ଯୋଜନାରେ ସଫଳହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।

ବିଚ୍ଛା:-ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଆୟବୃଦ୍ଧି, ଋଣମୁକ୍ତିର ସୁଯୋଗ ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ମାନସିକ ଶାନ୍ତିସହ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। କର୍ମକ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। କେତେକ ବାଧା ପ୍ରତିବନ୍ଧକର ସମୁଖୀନ ହେଲେମଧ୍ୟ ସୁସ୍ଥ ମାନସିକତା ରକ୍ଷାକରି ପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!