ଦୈନିକ ରାଶିଫଳ: 02 ଅକ୍ଟୋବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଗୃହୋପକରଣ କ୍ରୟ କରିବେ। ଆର୍ଥିକ ପ୍ରସଙ୍ଗରେ ଟିକେ ସତର୍କ ରହିବା ଉଚିତ୍। ଘରେ କିଛି ଅଭାବ ଅନୁଭବ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ। ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ।ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ।ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡି ପାରେ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଧନଧାନ୍ୟ, ଗୋ ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆୟ ଉତ୍ତମ ହେବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ଋଣ ଭରଣାରେ ସହଜ ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:- ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ଗୃହବାହନ ପ୍ରାପ୍ତି ପରିଜନଙ୍କ ତରଫରୁ ଶୁଭ ସମାଚାର ମିଳିପାରେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନ ଦ୍ରବ୍ୟ କ୍ରୟ କରିବେ। ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ। କାରବାରରେ ସୁଧାର ଆସିବା ଫଳରେ ମନ ଓ ଶରୀର ଭଲ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବା ଫଳରେ ପରିବାରରେ ଆନନ୍ଦ ଲହରୀ ଖେଳି ଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଶିଳ୍ପବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। କର୍ମକ୍ଷେତ୍ରରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ମୀନ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର:-ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!