ଦୈନିକ ରାଶିଫଳ: 02 ଅକ୍ଟୋବର 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଧର୍ମ କାର୍ଯ୍ୟରେ ମନ ବଳେଇ ଦେବଦର୍ଶନ କରି ପାରନ୍ତି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଛାତ୍ର ଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ ପ୍ରଶଂସିତ ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଆୟ ବୃଦ୍ଧି ହେବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ମନ ଲଗାଇ କାର୍ଯ୍ୟକରି ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ଧନୁ:-ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯାଇ କାର୍ଯ୍ୟ ପୁରଣ ହେବା ଫଳରେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ନୂତନ କର୍ମପାଇଁ ଯୋଗାଯୋଗ କଲେ ସଫଳତା ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ କେତେକ ସମସ୍ୟା ଦୂର ହୋଇଯିବା ଫଳରେ ବ୍ୟବସାୟରେ ପ୍ରସାର, ପ୍ରଚାର କରିବା ସହ ନୂତନ ବ୍ୟବସାୟ ଆରମ୍ଭ କରି ଅର୍ଥ ଲାଭର ସୁଯୋଗ ପାଇବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ମକର:-ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପରୋପକାର ଓ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ବିଗିଡି ଯାଇଥିବା କାର୍ଯ୍ୟକୁ ସୁଧାରି ପାରିବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!