ଦୈନିକ ରାଶିଫଳ: 02 ଅଗଷ୍ଟ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇଯିବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ଆଦର୍ଶବାଦୀ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସା ପାଇବେ। ଆର୍ଥିକ ବୃଦ୍ଧି ସହ ଯଶ ସମ୍ମାନ ବଢିବ। କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଦୂରଯାତ୍ରାରେ ସଫଳ ହେବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଜାଗାଜମି, ଯାନବାହନ ଆଦି କ୍ରୟ କରିପାରିବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଖେଳ, କୁଦ ଓ ପ୍ରତିଯୋଗିତାରେ ସଫଳ ହେବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-କାର୍ଯ୍ୟ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ଛାତ୍ର ଛାତ୍ରୀମାନେ ନିଜ ପରିଶ୍ରମରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ବ୍ୟବସାୟରେ ଉତ୍ଥାନ-ପତ୍ତନର ସମ୍ମୁଖୀନ ହେବେ। ଅଚାନକ ଭାବରେ ଦୂରଯାତ୍ରା କରିବେ। ଅଫିସରେ ଟେନସନ ଦୂର ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ସାମାଜିକ କାର୍ଯ୍ୟରେ ସଫଳ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନ ମାନଙ୍କର ସହଯୋଗ ପାଇ ସଫଳତା ଲାଭ କରିବେ। କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ପ୍ରଚୁର ଲାଭ ପାଇବେ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ହେବ ଓ ବକେୟା ଅର୍ଥ କିଛି ମିଳିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରିଯିବା ଫଳରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଶତୃମାନେ ଦୂରେଇ ଯିବେ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଘଟିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ-ବିବାହ କିମ୍ବା ଚାକିରୀ ଇତ୍ୟାଦିର ସମାଧାନ ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଛାତ୍ର ଛାତ୍ରୀମାନେ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଶତୃମାନେ ପରାଜିତ ହେବେ। ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ସମୟ ଅନୁକୂଳ ହୋଇଥିବାରୁ ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରିବହନରେ ବିଶେଷ ଲାଭବାନ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ। ପତିପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!