ଦୈନିକ ରାଶିଫଳ: 02 ଏପ୍ରିଲ 2024, ମଙ୍ଗଳବାର, ମା’ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଉନ୍ନତି ଫଳରେ ସନ୍ତୋଷ ଦେଖାଦେବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ସିଂହ:-ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ପ୍ରେମିକ ପ୍ରେମିକାମାନେ ମନୋ ରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଅନେକ ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିପାରନ୍ତି। ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ଭଲ ରହିବା ସହ ଅର୍ଥଲାଭ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟୀମାନେ ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ।ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ପାରନ୍ତି। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ। ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବିଦେଶଯାତ୍ରାରେ ଯଶଲାଭ, ମାନସମ୍ମାନ ବୃଦ୍ଧି, ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!