ଦୈନିକ ରାଶିଫଳ: 02 ଜୁନ୍ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଆସ୍ୱସ୍ତି ପାଇବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ମାଆ ବାପାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବାସହ ଆର୍ଥିକସ୍ଥିତି ସନ୍ତୋଷ ପ୍ରଦ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତିମିଳିବ। ଆର୍ଥିକ ଚିନ୍ତା ଦୁରହେବାସହ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହେବା ସହ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ ଓ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଶିକ୍ଷା କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ହେବାସହପରୀକ୍ଷା, ପରିଣାମ ଅନୁକୂଳ ହେବ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ଉଚ୍ଚାଧିକାରୀ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବା ସହ ବଡପଣିଆ ଦେଖାଇଲେ ନିନ୍ଦିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭମଧ୍ୟ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବାସହ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ହେବାସହପରୀକ୍ଷା, ପରିଣାମ ଅନୁକୂଳ ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ପାରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଶତୃମାନେ ପରାଜିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ଆର୍ଥିକ ଚିନ୍ତା ଦୁରହେବାସହ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତିମିଳିବ। ସ୍ୱାସ୍ଥ୍ୟ ଠିକ୍ ରହିବାସହ ଅଚାନକ ଧନପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ସନ୍ତାନଙ୍କ କାର୍ଯ୍ୟରେ ଖୁସିହେବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ଆର୍ଥିକ ସ୍ଥିତି ଦୁର୍ବଳ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ଭାତୃବିବାଦ, ଜମିବାଡ଼ି ଓ ଘରଜାଗାନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇ ଯଶମାନ ବୃଦ୍ଧିହେବ। ସ୍ଵାସ୍ଥ୍ୟରେ ଉନ୍ନତି ହେବା ଫଳରେ ମାନସିକ ସ୍ଥିରତା ଆସିବ ଓ ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

ମୀନ:-ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବା ସହ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ ଓ ଦାମ୍ପତ୍ୟସୁଖ ବୃଦ୍ଧି ପାଇବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!