ଦୈନିକ ରାଶିଫଳ: 02 ଜୁନ୍ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଧାର୍ମିକ କାର୍ଯ୍ୟକ୍ଷେତ୍ରରେ ଅଂଶ ଗ୍ରହଣ କରି ଉଚିତ୍ ପରାମର୍ଶ ପାଇବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ମିଷ୍ଠାନ୍ନ ଭୋଜନ ପ୍ରାପ୍ତି, ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ପଦ ପଦବୀ ଲାଭ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ନକାରାତ୍ମକ ଭାବନା ଦୂରହୋଇ ସକାରାତ୍ମକ ଭାବନା ସୃଷ୍ଟିହେବ। ସୁଖ, ସମ୍ପତ୍ତି ଲାଭ ଓ ସକଳ କାର୍ଯ୍ୟରେ ସଫଳ ହେବା ସହ ଗୃହବାହାନ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନପନ୍ଥା ଅନୁସରଣ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ବନ୍ଧୁମିତ୍ର ମାନଙ୍କ ଗତିବିଧିକୁ ଲକ୍ଷକରି ଊତ୍ସାହିତ ହେବେ। ଭାଗୀଦାରି ବ୍ୟବସାୟରେ ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ନିଜ ପରିଶ୍ରମ ଓ ବୁଦ୍ଧି ବଳରେ ଆୟର ସ୍ରୋତକୁ ବୃଦ୍ଧି କରିପାରିବେ। କାର୍ଯ୍ୟ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହୋଇ ସଫଳତା ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ ଧାର୍ମିକ କ୍ରିୟାକଳାପ ପ୍ରତି ଆକୃଷ୍ଟ ହେବେ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଧନ ସମ୍ବନ୍ଧୀୟ ମାମଲାରେ ଶତ୍ରୁର ଶରଣାପନ୍ନ ହେବାକୁ ପଡିବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନସ୍ଥିତି ଅଟଳ ରଖି ପାରିବେ। ଖାଇବା ପିଇବା ପ୍ରତି ସତର୍କ ନହେଲେ ଶାରୀରିକ ପୀଡା ଭୋଗକରିବେ। ବାଦବିବାଦ, ମାଲିମକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଆର୍ଥିକ କ୍ଷେତ୍ରରେ ଉନ୍ନତିହୋଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। କର୍ମକ୍ଷେତ୍ରରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବା ସହ ଶ୍ରମ ସାର୍ଥକ ହେବ। ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଶରୀର ସୁସ୍ଥରହିବା ସହ ସମସ୍ତ କାର୍ଯ୍ୟ ସିଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ଶ୍ରମ ସାର୍ଥକ ହେବା ସହ ସୁସଂବାଦ ଶ୍ରବଣରେ ଆନନ୍ଦିତ ହେବେ। ନୂତନ କାର୍ଯ୍ୟାରମ୍ଭ, ଉଚ୍ଚପ୍ରଶଂସା ଲାଭ, ମାଲିମକଦ୍ଦମାରେ ଜୟ, ଦମ୍ଭ,ସାହାସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି ହେବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ସମାଧାନ କରି ଚିତ୍ତ ପ୍ରସନ୍ନ ରହିବ। ଆତ୍ମୀୟ ଲୋକଙ୍କୁ ବିଶ୍ୱାସ ଭରସା କଲେ କାର୍ଯ୍ୟ ସିଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ରାଜନୀତିରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ।ଅଯଥା ଧାଁଦୌଡ ଯୋଗୁ ଶାରୀରିକ କଷ୍ଟ ଭୋଗିପାରନ୍ତି। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟୀ ମାନଙ୍କ ପାଇଁ ଲାଭ ଦାୟକ ହେବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବିଦ୍ୟାକ୍ଷେତ୍ରରେ ମନସନ୍ତୋଷ ହେବ ଓ ପ୍ରଶଂସିତ ହେବେ। ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ପାରିବାରିକ ଜୀବନ ସୁଖମୟ ହେବ। ଧନସମ୍ପତ୍ତି ଏବଂ ଆତ୍ମୀୟ ଶତ୍ରୁତା ସହ ବ୍ୟତିବ୍ୟସ୍ତ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ କାର୍ଯ୍ୟରେ ରୁଚି ବଢିବ। ଧନ ପାଇଁ କରୁଥିବା କାର୍ଯ୍ୟରେ ସଫଳତା ମିଳିବ। ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କାର୍ଯ୍ୟାଳୟ ଏବଂ ଘରେ ଦ୍ୱାୟିତ୍ୱ ବଢିଯିବ। କର୍ମଚାରୀ ଓ ଶ୍ରମିକମାନେ ଅଳ୍ପ ପରିଶ୍ରମ କରି ବେଶୀ ଉପକୃତ ହେବେ। ଜମିବାଡ଼ି ସଂକ୍ରାନ୍ତୀୟ, ମାଲିମୋକଦ୍ଦମାରେ ଭୟ ଆଶଙ୍କା ଦୂରେଇ ଯିବା ଫଳରେ ସମ୍ମାନର ସହିତ ଦିନ ବିତାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ଶତ୍ରୁହାନୀ, ମିତ୍ରଲାଭ, ମନରେ ଉତ୍ସାହ, ସହଯୋଗ ପ୍ରାପ୍ତି, ଉଚ୍ଚସମ୍ମାନ ଲାଭ, ଋଣପ୍ରାପ୍ତି ଓ କର୍ମତତ୍ପରତା ଦେଖାଦେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ଆକସ୍ମିକ ଧନ ପ୍ରାପ୍ତି ହେବ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ଶତ୍ରୁମାନେ ମଥାନତ କରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!