ଦୈନିକ ରାଶିଫଳ: 02 ଜୁଲାଇ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ଭାବନାର ବଶୀଭୂତ ହୋଇ ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ଶତୃମାନେ ଦୂରେଇ ଯିବେ। ବକେୟା ଅର୍ଥ କିଛି ମିଳିବ। ସରକାରୀ କାମରେ ସଫଳତା ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ସିଂହ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ସହିତ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ପ୍ରତିକାର- ସିନ୍ଦୁର ଟିକେ ମୁଣ୍ଡରେ ଲଗାନ୍ତୁ।

ଧନୁ:-କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଭାଇ ଓ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ପୁରୁଣା ସମ୍ପର୍କରୁ ଲାଭବାନ ହେବେ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ସ୍ଵାସ୍ଥ୍ୟ କ୍ଷେତ୍ରରେ ଉଦରପୀଡା ଓ ଚକ୍ଷୁପୀଡା ଦେଖାଦେଇପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ମାଆବାପାଙ୍କ ଠାରୁ ସହଯୋଗ ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶୁଭ ସମାଚାର ଶୁଣିବା ଫଳରେ ସ୍ଵାସ୍ଥ୍ୟରେ ଉନ୍ନତି ଓ ମାନସିକ ସ୍ଥିରତା ଦେଖାଦେବ। ନିଜର ଯୋଗ୍ୟତା ଓ କ୍ଷମତାର ସଦୁପୋଯୋଗ କରି ପ୍ରଶଂସା ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-କର୍ମଜୀବୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ବିଦ୍ୟାର୍ଥୀ ମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ କମିଯିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!