ଦୈନିକ ରାଶିଫଳ: 02 ଡିସେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ସାମ୍ବାଦିକ ମାନଙ୍କର ଅପ୍ରିତିକର ପରିସ୍ଥିତି ଦେଖାଦେବ। ଶତୃମାନେ ଦୁର୍ବଳ ହେବେ।ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଗୁରୁ ଗୁରୁଜନମାନଙ୍କର ଆଶୀର୍ବାଦ ଲାଭକରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ କରି ଶାରିରୀକ କଷ୍ଟ ଭୋଗି ପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ ବଂର ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପାରିବାରିକ ସମସ୍ୟା, ଗୃହରେକଳହ, ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତାଭାବ ଦୂରେଇ ଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ବିଭାଗିୟ ଅଧିକାରୀ କିମ୍ବା ସହକର୍ମୀଙ୍କସହ ମଧୁର ସମ୍ପର୍କ ସ୍ଥାପନ ହେବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଆର୍ଥିକ ସାହାଯ୍ୟ ମିଳିବା ଯୋଗେ ସମୟ ଆନନ୍ଦମୟ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବା ସହ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ କର୍ମଚାରୀମାନେ ବେସୀ ଉପକୃତ ହେବେ। ପରଧନ ଭୋଗ କରିବାର ଲାଳସା ଜାଗ୍ରତ ହୋଇ ପାରେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଯୋଗେ ମନ ଆନନ୍ଦ ରହିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ନାନା ବାଟରେ ଧନାଗମ ଘଟିବା ଫଳରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ନୂତନ କାର୍ଯ୍ୟଆରମ୍ଭ କରିପାରିବେ ଓ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ଆର୍ଥିକ ସାହାଯ୍ୟ ପାଇବା ଦ୍ଵାରା ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପାରିବାରି କ ଜୀବନ ଆନନ୍ଦରେ କଟିବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ବିବେକ ବୁଦ୍ଧିବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ମନ ବିଚଳିତ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!