ଦୈନିକ ରାଶିଫଳ: 02 ନଭେମ୍ବର 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବିଦ୍ୟା କ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ବିଜୟ ପ୍ରାପ୍ତ ହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପାରିବାରିକ ଜୀବନରେ ଅନ୍ୟସଦସ୍ୟ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ଶାରିରୀକ ଅସୁସ୍ଥତା ଦୂରହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ। ବନ୍ଧୁମିତ୍ରଙ୍କ ସହାୟତା ପାଇ ରାଜନୀତିରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ଶାରୀରିକ ସୁସ୍ଥତା ଦେଖାଦେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବାସହ ମାନସିକ ଶାନ୍ତି ପାଇବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟା କରିବେ। ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ବାକ୍ୟ ସଂଯମତା ନରଖିଲେ ବିପଦରେ ପଡିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମଚାରୀ ମାନଙ୍କ ପାଇଁ କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବା ଫଳରେ କୌଣସି ଅସୁବିଧା ହେବନାହିଁ। କିନ୍ତୁ ଦାମ୍ପତ୍ୟ ସୁଖରେ ବାଧା ଉପୁଜିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମ କ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶ ପାଇବେ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବାସହ ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବାସହ ଆୟ ପନ୍ଥାର ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିକାର-ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!