ଦୈନିକ ରାଶିଫଳ: 02 ଫେବୃୟାରି 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ।କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାହିତ୍ୟ, କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ମାନସିକ ଶାନ୍ତି ମିଳିବ। ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବା ସହ ଋଣ ଭରଣାରେ ସହଜ ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ପରିବହନ ଓ ଯାନବାହାନ ବ୍ୟବସାୟରେ ଅଧିକ ଲାଭବାନ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ଫଳରେ ଉତ୍ସାହିତ ହେବେ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟି ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଆଇନ ଅଦାଲତରେ ଜୟଯୁକ୍ତ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-କାର୍ଯ୍ୟକ୍ଷେତ୍ରରେ ନିଜର ଯୋଜନା ମୁତାବକ କାର୍ଯ୍ୟ କଲେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ପାଳନ କରିବେ। ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!