ଦୈନିକ ରାଶିଫଳ: 02 ଫେବୃୟାରୀ 2025, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ। ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ ହେବ। ସ୍ୱାସ୍ଥ୍ୟରେ ଅବନ୍ନତି, ମାନସିକ ଅସ୍ଥିରତା, ରାତ୍ରିକାଳୀନ ଦୁଃସ୍ଵପ୍ନ ଦେଖି ମନ ଉତ୍ତେଜିତ ରହିବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଶୁଭ ସମ୍ବାଦପାଇ ଖୁସିହେବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ଉନ୍ନତି କରିପାରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବାହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଜନସେବାକରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶିଳ୍ପ ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାର- ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ।

ବିଚ୍ଛା:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇ ବିବାହ କରିବାର ସୁଯୋଗ ପାଇବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସମୟ ଅନୁକୂଳ ହେବା ଦ୍ଵାରା ଦିନଟି ଆନନ୍ଦରେ କଟେଇ ପାରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ମୀନ:-ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବିତିଯାଇଥିବା ମାମଲାରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆତ୍ମୀୟ ସ୍ଵଜନଙ୍କ ବୈରତା ଯୋଗେ ଆର୍ଥିକ କ୍ଷତି ସହିବାକୁ ପଡିପାରେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!