ଦୈନିକ ରାଶିଫଳ: 02 ମଇ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ଉନ୍ନତି ଓ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଧନ ପାଇବାର ରାସ୍ତା ଖୋଲିଯିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। କ୍ରୀଡ଼ାବିଦ୍ମାନେ ଶୁଭ ସମାଚାର ପାଇବେ। ବ୍ୟବସାୟରେ ଉନ୍ନତି ହେବାସହ ଆଶାନୁରୂପ ଲାଭ କରିବେ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ଦେଖାଦେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ଓ ସହକର୍ମୀ ମାନେ କାମର ପ୍ରଶଂସା କରିବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ରାଜନୀତିରେ ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବା ଫଳରେ ନିଜ ଚେଷ୍ଟାରେ ସଫଳତା ମିଳିବ। ସ୍ୱାସ୍ଥ୍ୟରେ ଅସୁବିଧା ହୋଇ ପାରେ। ନିଜେ ଗାଡ଼ି ଚଳାନ୍ତୁ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟି ଯିବ। ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ପାରିବାରିକ ଜୀବନରେ ଶାନ୍ତି ଆସିବ କିନ୍ତୁ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ଶତୃମାନେ ମଥାନତ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ଦାମ୍ପତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅତ୍ୟଧିକ ନ୍ଧାଦୌଡ ଓ ପରିଶ୍ରମ ଦ୍ଵାରା ସ୍ଵାସ୍ଥ୍ୟରେ ଅବନ୍ନତି ଦେଖା ଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରେମକ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭପାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନିଜ ପରିଶ୍ରମରେ ସଫଳତା ପାଇବେ। ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ଶାରୀରିକ କଷ୍ଟ ଦୂରେଇ ଯିବ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ମାନସିକ ଅଶାନ୍ତି ଦୂର ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ବାଦବିବାଦ ମାଲିମୋକଦ୍ଦମାରେ ବିଜୟୀ ହେବେ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରନ୍ତି। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବା ଯୋଗେ ମାନସିକ ଅଶାନ୍ତି ଦେଖାଦେଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବା ସହ ଶୁଭ ସୂଚନା ମଧ୍ୟ ପାଇବେ। ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ବ୍ୟବସାୟ କ୍ଷେତ୍ରରେ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଦୂରଯାତ୍ରା କରି ସଫଳତା ପାଇବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସତସଙ୍ଗ ଓ ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ, ପ୍ରଶଂସିତ ହେବେ। କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ଆଦାୟ ହୋଇ ଆୟ ଉପାର୍ଜନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ ଆୟ ଅପେକ୍ଷାକୃତ ବୃଦ୍ଧି ପାଇବ। ଗୃହୋପକରଣ କ୍ରୟ କରିବେ। ଦୂରଯାତ୍ରାର ସୁଯୋଗ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!