ଦୈନିକ ରାଶିଫଳ: 02 ମାର୍ଚ୍ଚ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ ଆନନ୍ଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କ ଚେଷ୍ଟାରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବିଦ୍ୟା କ୍ଷେତ୍ରରେ ସାଫଲ୍ୟ ଯୋଗେ ଶାନ୍ତି ପାଇବେ। ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ଅନେକ ସୂତ୍ରରୁ କିଛି ଧନ ପାଇପାରନ୍ତି। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇ ଯିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବାକିଥିବା ଅର୍ଥ ପାଇବା ଫଳରେ ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ମନରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯାଇ ଅର୍ଥାଗମହେବ। କର୍ମକ୍ଷେତ୍ରରେ ଅଶାନ୍ତି, ବିଶୃଙ୍ଖଳାରୁ ମୁକ୍ତ ହୋଇ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ କୃଷିଜାତ ଦ୍ରବ୍ୟର ବ୍ୟବସାୟୀ ମାନେ ଅଧିକ ଲାଭ କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହ ପରିସ୍ଥିତିରେ ଉନ୍ନତି ଘଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ନୂଆ ମିତ୍ରଙ୍କ ସମ୍ପର୍କରେ ଉନ୍ନତି ହେବା ସହ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖା ଦେବ। ଅଧାଥିବା କାର୍ଯ୍ୟ ପୂରଣ କରିବା ଫଳରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବାସହ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ବିଦ୍ୟାରେ ଉନ୍ନତି ହେବା ସହ ଶୁଭ ସମାଚାର ମିଳିପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ଶାରୀରିକ କଷ୍ଟ ଦୂର ହେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ। ଛାତ୍ରଛାତ୍ରୀମାନଙ୍କର ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!