ଦୈନିକ ରାଶିଫଳ: 02 ମାର୍ଚ୍ଚ 2025, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ମାଆବାପା, ଗୁରୁ ଗୁରୁଜନଙ୍କ ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ଘଟଣାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ମାନସିକ ଶାନ୍ତି ମିଳିବା ସହ ଧାନ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଗୃହୋପକରଣ ଦ୍ରବ୍ୟ କ୍ରୟ କରିବା ଫଳରେ ସ୍ଵାମୀ ସ୍ତ୍ରୀ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ। ଆର୍ଥିକସ୍ଥିତି ଭଲ ରହିବ। କର୍ମ କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧର ସୁଯୋଗ ପାଇବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ପୁରୁଣା ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଦୂର ସ୍ଥାନକୁ ଯାତ୍ରା କରିବେ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମପ୍ରତି ପ୍ରଲୋଭିତ କରିବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବା ସହ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ। ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଛାତ୍ର ଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଧନସମ୍ପଦରେ ଅଭିବୃଦ୍ଧି ଘଟିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ଆର୍ଥିକ ଉନ୍ନତିରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ବାଧା ଦେଖାଦେ ବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ଆର୍ଥିକ ସଙ୍କଟ ଦୂର ହେବ। ଆଶା କରିଥିବା କାର୍ଯ୍ୟଟି ପୂରଣ କରିବାକୁ ଚେଷ୍ଟା କରିବେ। ବ୍ୟବସାୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରି ଲାଭ ପାଇବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ଖାଇବା ପିଇବାରେ ଅବହେଳା କରିବାରୁ ସାମୟିକ ଶାରୀରିକ ପୀଡା ଭୋଗ କରି ପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ମିଳିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗିଲେ ବି ଆଶାତୀତ ଲାଭ ପାଇବେ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ହାସ ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!