ଦୈନିକ ରାଶିଫଳ: 02 ସେପ୍ଟେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଓ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ, ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସାମାଜିକ ଉତ୍ସବରେ ଯୋଗ ଦେବେ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପରିବାରରେ କିମ୍ବା କୁଟୁମ୍ବରେ ସମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବାସହ ଆର୍ଥିକ ଚିନ୍ତା ଦୁରହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଶତୃମାନେ ଦୁର୍ବଳ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!