ଦୈନିକ ରାଶିଫଳ: 03 ଅକ୍ଟୋବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମୟିକ ଚିନ୍ତା ଦୂରହେବ। ଯାନବାହାନ କ୍ରୟ ବିକ୍ରୟ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। କାର୍ଯ୍ୟକ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ଗୃହରେ ଭାତୃବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି। କାରବାରରେ ସ୍ଥିତି ଠିକ୍ ରହିବ। ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଶୁଭ କାମ କରି ପ୍ରଶଂସିତ ହେବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ସଭାସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରିବାଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ସମସ୍ତକର୍ମ ଭଲରେ ସମ୍ପନ୍ନ ହେବ ଓ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଆଶାତୀତ ଲାଭପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେଇ ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!