ମେଷ:-ଶତୃମାନେ ପରାଜିତ ହେବେ। ସହକର୍ମୀମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ଟଙ୍କାର ଆବଶ୍ୟକତା ପୂରଣ କରି ପାରିବେ। ପୁରାତନ ରୋଗର ଉପସମ ହେବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଗୁରୁଜନଙ୍କ ଆଶୀର୍ବାଦ ଦ୍ଵାରା ସୁଖଭୋଗ କରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବୃଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇ ଯିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବା ସହ ମାନହାନୀର ସମ୍ଭାବନା ଅଛି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ଭାଇବନ୍ଧୁ ମିତ୍ରମାନଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଦକ୍ଷତା ଅର୍ଜନ କରି ପ୍ରଶଂସିତ ହେବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପ୍ରେମପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କର୍କଟ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କ୍ୟାରିୟର ମାମଲାରେ ଧୈର୍ଯ୍ୟ ଓ ସାହସର ସହ ବୁଝି ବିଚାରି ନିର୍ଣ୍ଣୟ ନେବା ଉଚିତ। ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚାକରି ଚାଲିବେ। ମାଲିମୋକଦ୍ଦମାରେ ଉତ୍ସାହିତ ହେବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ସିଂହ:-ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। କୌଣସି ସାମାଜିକ କାର୍ଯ୍ୟ ବା ଜନକଲ୍ଯାଣ କାର୍ଯ୍ୟର ଆୟୋଜନରେ ଯୋଗ ଦେବେ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ବାନ୍ଧବଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ପରିବାରରେ ଶାନ୍ତି ଦେଖା ଦେବ। ଛାତ୍ର ଛାତ୍ରୀମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଉନ୍ନତି ଲାଭ ପ୍ରାପ୍ତି ହେବ।ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।
ମକର:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଘରୋଇ କାମରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ସରକାରୀ କର୍ମକ୍ଷେତ୍ରରେ ଅଶାନ୍ତି ଲାଗିବା ସହ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହୋଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ ଓ ଦୂରଯାତ୍ରା କରି ମନ ଖୁସି ରହିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଛାତ୍ରଛାତ୍ରୀମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ ବିଦ୍ୟାରେ ସଫଳ ହେବେ। ପରିବାରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସରକାରୀ କାମରେ ସଫଳତା ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପ୍ରତିକାର- ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।