ଦୈନିକ ରାଶିଫଳ: 03 ଅପ୍ରେଲ 2025, ଗୁରୁବାର, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କର୍ମଚାରୀ ମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଦାମ୍ପତ୍ୟ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ମଧୁର ସ୍ଵାଦ ଅନୁଭବ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ବ୍ୟବସାୟିକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପରିବାରରେ ମନୋମାଳିନ୍ୟ ବା ବିଭିନ୍ନ ପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ। ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ଓ ସମୟ ଆନନ୍ଦ ମୟହେବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କୌଣସି ଶୁଭ ସମାଚାର ଶୁଣିବାକୁ ହେବ। ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଦୂର ଯାତ୍ରାରେ ସଫଳତା ମିଳିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ଆର୍ଥିକ ମାମଲା ସୁଧୁରିବ। ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ହୋଇ ଯିବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ଦ୍ଧନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟତର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହୋଇପାରେ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ଭଲ ରହିବାସହ ଆକସ୍ମିକ ଅର୍ଥଲାଭ ହେବ। ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଆର୍ଥିକ ସଙ୍କଟ ଦୂରେଇ ଯାଇ ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ଗୃହବାହନ ପ୍ରାପ୍ତି ହୋଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

ମକର:-ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସାମାଜିକ କାମରେ ପ୍ରଶଂସା ମିଳିବ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ପୁତ୍ର କନ୍ୟାମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାର ସମାଧାନ ହୋଇ ମାଆବାପା, ଗୁରୁଜନଙ୍କ ଆଶୀର୍ବାଦ ପାଇବେ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବା ଫଳରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!