ଦୈନିକ ରାଶିଫଳ: 03 ଏପ୍ରିଲ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ସହିତ ଉତ୍ତମ ଆୟର ପଥ ପରିସ୍କାରହେବ। କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷାକ୍ଷେତ୍ରରେ ସମ୍ମାନିତ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ପିଲାଙ୍କ ସଫଳତାରେ ଖୁସିହେବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତି ହେବାସହ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ। ନିକଟ ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ବଦଳିଯିବ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇ ଯିବ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆର୍ଥିକ ସଙ୍କଟ ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ କଠିନ ପରିଶ୍ରମ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ବିଚ୍ଛା:-ଶାରୀରିକ ସୁସ୍ଥତା ଫେରିଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ବ୍ୟବସାୟରେ ପ୍ରସାର ପ୍ରଚାର, ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ପଡିପାରେ। ଆର୍ଥିକ ସଙ୍କଟ ଦୂରେଇଯିବ। ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବାସହ କର୍ମକ୍ଷେତ୍ରରେ ଅଧିକାରୀ ପ୍ରସନ୍ନ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସନ୍ତାନ ସମ୍ବନ୍ଧୀୟ ସମସ୍ୟା ସମାଧାନ କରି ଖୁସୀ ହୋଇ ଯିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବାଉଚିତ୍। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ଓ ମନ ଭାରାକ୍ରାନ୍ତ ରହିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। କାର୍ଯ୍ୟକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ଶିଳ୍ପବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ପୂର୍ଣ୍ଣ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ଦୂରବନ୍ଧୁଙ୍କ ସୌଜନ୍ୟମୂଳକ ସାକ୍ଷାତ ଲାଭକରି ଖୁସୀହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ମୀନ:-ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବାସହ ବାକିଥିବା ଅର୍ଥ ଆଦାୟ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବାସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!