ଦୈନିକ ରାଶିଫଳ: 03 ଜାନୁୟାରୀ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରିବେ ଓ କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ଶତ୍ରୁମାନେ ପଛଘୁଞ୍ଚା ଦେବେ। ବୁଝି ବିଚାରି କାର୍ଯ୍ୟ କଲେ ଅନେକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ।ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟ ହେବ। କୃଷିଜୀବି ମାନଙ୍କର ବହୁ କଷ୍ଟରେ ଅର୍ଥ ପ୍ରାପ୍ତି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଦେହମନ ଭଲ ରହିବା ଫଳରେ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ। ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଜନ ସମ୍ପର୍କ ବୃଦ୍ଧି ପାଇବ। ସନ୍ତାନମାନଙ୍କ ପାଇଁ ଆନନ୍ଦିତ ହେବେ। ବକେୟା ଅର୍ଥ କିଛି ମିଳିବ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବା ସହ ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ। ଶତ୍ରୁମାନେ ମଥାନତ କରିବେ। ପରିବାରରେ ପ୍ରସନ୍ନତା ବିରାଜମାନ କରିବା ସହ ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ମତାନ୍ତର ମନାନ୍ତର ସୃଷ୍ଟି ହୋଇ ଅସଫଳତାର ସାମ୍ନା କରିବାକୁ ପଡିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ପ୍ରସଂଶିତ ହେବେ। ରାଜନୀତିକ୍ଷେତ୍ରରେ କର୍ମତତ୍ପର ଯୋଗେ କୃତକାର୍ଯ୍ୟ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ବୁଝି ବିଚାରି କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକସ୍ଥିତି ସୁଧୁରି ଯିବ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମ କ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ। ଅର୍ଥଲାଭର ମାର୍ଗ ଖୋଲି ଯିବାସହ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ବନ୍ଧୁତ୍ଵ ବୃଦ୍ଧି ପାଇବ। ବ୍ୟବସାୟରେ ନୂତନ କାରବାରରେ ସଫଳତା ମିଳିବା ସହ ପ୍ରଚୁର ଲାଭ ପାଇ ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ମାନସିକ ଶାନ୍ତି ମିଳିବ। ବ୍ୟୟ ଅପେକ୍ଷା ଆୟ ଅଧିକ ହୋଇ ଋଣମୁକ୍ତ ଓ ଋଣପ୍ରାପ୍ତିର ରାସ୍ତା ପରିଷ୍କାର ହୋଇଯିବ। ଯାନ ବାହାନ ପ୍ରାପ୍ତି ହେବ। ବରିଷ୍ଠ କର୍ମୀ ଓ ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହୋଇ ନୂତନ ସଂସ୍ଥାର ଆୟୋଜନ କରି ପାରନ୍ତି। ବିଦ୍ୟାର୍ଥିମାନେ ପରୀକ୍ଷାରେ ବିଜୟୀ ହେବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ଶତ୍ରୁମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସମସ୍ୟାର ସମାଧାନ ହେବା ଫଳରେ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କୋର୍ଟ କଚେରୀରେ ସଫଳତା ମିଳିବ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ଵେ କୃଷିଜାତ ଦ୍ରବ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ଘର ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ। ରାଜନୀତିରେ ଧାଁ ଦଉଡ ଓ ଅଧିକ ସଂଘର୍ଷ କରି ପ୍ରଶଂସିତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶ୍ରମ ସାର୍ଥକ ହୋଇ ପୂରାତନ ବନ୍ଧୁମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧିହେବା ଫଳରେ ଲାଭର ପରିମାଣ ଅଧିକ ହୋଇ ଆୟବୃଦ୍ଧି ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଶତ୍ରୁହାନୀ, ସହଯୋଗପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣପ୍ରାପ୍ତି, ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!