ଦୈନିକ ରାଶିଫଳ: 03 ଜୁନ୍ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁଙ୍କ ଆଗମନ ହେବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବାସହ ତଳୁ ଉପର ସ୍ତରଯାଏ ମାନ୍ୟତା ଅର୍ଜ୍ଜନ କରିବେ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ। ଅଯଥାଧନ ଖର୍ଚ୍ଚହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ। ସତର୍କତା ଅବଲମ୍ବନ ନକଲେ ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂର ହେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତିହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। କର୍ମକ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ଯୋଗେ ଉନ୍ନତମାନର ଫଳ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ସହାୟତା ପାଇ ଘରୋଇ ସମସ୍ୟାର ସମାଧାନ ହେବ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ବ୍ୟବସାୟରେ ଭାଗୀଦାର ମାନଙ୍କ ସହ ମତାନ୍ତର ମନାନ୍ତର କଟିଯିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବାସହ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ରାଜନୀତିରେ ସଫଳତା ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବାସହ ସାଧାରଣ ବ୍ୟକ୍ତିଙ୍କଠାରୁ ବିଶେଷ ଲାଭବାନ ହେବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ସାହିତ୍ୟ, କଳା ଓ କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବାସହ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ। ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ସନ୍ତାନଙ୍କ କାର୍ଯ୍ୟରେ ଖୁସିହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯାଇ ଆଶାଆକାଂକ୍ଷା ପୂର୍ଣ୍ଣ ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ ଓ ନୁତନ କାର୍ଯ୍ୟ ଆରମ୍ଭ କରି ପାରିବେ। କାର୍ଯ୍ୟ କ୍ଷେତ୍ରରେ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ଆୟ ବୃଦ୍ଧି ହେବା ଦ୍ଵାରା ଆର୍ଥିକ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!