ଦୈନିକ ରାଶିଫଳ: 03 ଜୁନ୍ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ବ୍ୟବସାୟୀଙ୍କର କଠିନ ପରିଶ୍ରମ କରିବା ଫଳରେ କାରବାରର ବୃଦ୍ଧି ହେବା ସହ ଗ୍ରାହକ ମାନଙ୍କ ସମ୍ପର୍କରେ ଉନ୍ନତି ହେବ। କର୍ମଚାରିମାନେ ନାନାପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ। ମାଲିମୋକଦ୍ଦମାରେ ସମସ୍ୟା ସମାଧାନ ହୋଇ ମାନସମ୍ମାନ, ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଅଧିକ ପରିଶ୍ରମ କରିବା ଫଳରେ ସ୍ୱାସ୍ଥ୍ୟରେ ମନ୍ଦ ପ୍ରଭାବ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ ଓ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚ୍ଚଆଶା ସଫଳ ହେବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସତର୍କ ନହେଲେ ଯାନବାହନରେ ତ୍ରୁଟି ଦେଖା ଦେଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାଋକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଯୁବତୀମାନେ ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପରିବାରରେ ସୁଖ ଶାନ୍ତି ଫେରି ଆସିବ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରି ପାରନ୍ତି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ। ନିଜର ଭୁଲ୍ ଯୋଗୁଁ କିଛି ଅର୍ଥ ହାନି ହେବ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଶରୀର ସୁସ୍ଥ ରହିବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ଅର୍ଥ ଲାଭର ସୁଯୋଗ ପାଇବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟା ସୁଧିରି ଯିବା ସହ ନୂତନ ଜାଗାଜମି କ୍ରୟ କରିବାର ସୁଯୋଗ ପାଇବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ବିଦ୍ୟାରେ ଉନ୍ନତି କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାର ତଥା କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଶୁଭଖବର ପାଇ ମନ ଖୁସି ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ। ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଛାତ୍ର ଛାତ୍ରୀମାନେ ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକା ମାନଙ୍କର କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!