ମେଷ:-ସାମାଜିକ କାର୍ଯ୍ୟରେ ନିୟୋଜିତ ହେବେ। ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରିବାର ତଥା କୁଟୁମ୍ବରେ କୌଣସି କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଭୋଗବିଳାସକୁ ତୁଛମଣି ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ। ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ କର୍ମ କ୍ଷେତ୍ରରେ ସୁଧାର ଆସି ମାନସିକ ଦୁଶ୍ଚିନ୍ତା ବା ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ପାରିବାରିକ ଜୀବନରେ ସୁଧାର ଆସିବ। ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମକ୍ଷେତ୍ରରେ ଲୋକଙ୍କୁ ନିଜର କରି ପାରିବେ। ଅଧିକ ପରିଶ୍ରମ କରି କିଛି ଅର୍ଥ ଲାଭ କରିବେ, କିନ୍ତୁ ଅଯଥାରେ ଖର୍ଚ୍ଚକରି ବାକୁ ପଡିପାରେ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ଆଧ୍ୟାତ୍ମିକ ଊର୍ଜାରେ ମନ ଓତପ୍ରୋତ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସହକର୍ମୀ ମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ରୋଜିରୋଜଗାରର ଉଚିତ୍ ପରିସର ମିଳିବ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ସରକାରୀ ସାହାଯ୍ୟ ମିଳିପାରେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବାସହ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇପାରେ। ଆୟ ବୃଦ୍ଧି ହେବା ସହ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ତୁଳା:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀ ମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମକର:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଇଚ୍ଛା କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଦୂରଯାତ୍ରାରେ ସଫଳ ହେବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
କୁମ୍ଭ:-ସାଙ୍ଗସାଥିମାନେ ସାହାଯ୍ୟ କରିବେ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ସମସ୍ତ ଦାୟିତ୍ଵ ଏକାସାଙ୍ଗରେ ନିଜ ଉପରେ ନିଅନ୍ତୁ ନାହିଁ। ଆପଣଙ୍କ ବିଚାର କ୍ଷମତାକୁ ସାଧାରଣ ଲୋକେ ପ୍ରଶଂସା କରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-ଶାରୀରିକ କଷ୍ଟ ଦୂରେଇ ଯିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ। ବୌଦ୍ଧିକ କାର୍ଯ୍ୟରେ ନିୟୋଜିତ ହେବେ ଓ ପିଲାମାନେ ଘର କାମରେ ଆଗ୍ରହ ଦେଖାଇବେ। ନିଜର ନିଷ୍ପତ୍ତିକୁ ପ୍ରାଥମିକତା ଦେଲେ ଗବେଷଣା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।