ଦୈନିକ ରାଶିଫଳ: 03 ଡିସେମ୍ବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଶତୃମାନେ ପରାଜିତ ହେବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଶତୃ ଓ ବିରୋଧୀ ମାନେ ପରାସ୍ତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷାକରି ପାରିବେ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। କୌଣସିଠାରୁ ଶୁଭ ସମାଚାର ଶୁଣି ମନ ଉତ୍ସୁକ ହେବ। ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହୋଇ ପାରନ୍ତି। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଘରର କୌଣସି ନୂତନ ବସ୍ତୁ କ୍ରୟ କରି ପାରିବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଚିନ୍ତାଗ୍ରସ୍ତ ହୋଇ ରହିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବିଦ୍ୟାରେ କ୍ଷେତ୍ରରେ ମନ ଲାଗିବ। ପରକଥାରେ ପଡି ବନ୍ଧୁଙ୍କସହ କଳହ ସୃଷ୍ଟି ହୋଇପାରେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଦୂରେଇ ଯିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି। ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଭ୍ରମଣ ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ସନ୍ତାନଙ୍କର ଉନ୍ନତି ଖବର ପାଇ ମନ ଖୁସି ରହିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ କରଜ ଭାରରୁ ମୁକ୍ତି ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଯାନବାହନ ସୁଖ ମଧ୍ୟ ମିଳିବ। ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ମିତ୍ରଙ୍କ ଦ୍ଵାରା ସହାୟତା ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଧର୍ମକାର୍ଯ୍ୟରେ ମତି ରହିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ ଓ ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!