ମେଷ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ନିଜ ଲୋକମାନେ ହିଁ କାମରେ ଆସିବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବା ଫଳରେ ମନଶାନ୍ତ ରହିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କର୍କଟ:-ଶରୀର ସୁସ୍ଥ ରହିବ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। କାର୍ଯ୍ୟ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।
ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ଘଟି ଶରୀର ସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମକର:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।