ମେଷ:-ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆର୍ଥିକ ସଙ୍କଟ ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ କଠିନ ପରିଶ୍ରମ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଆସିବ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ନୂତନ କର୍ମାରମ୍ଭ ହେତୁ ନୂଆ ଉତ୍ସାହ ନେଇ କାମ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଦୂରଯାତ୍ରାରେ ସଫଳତା ମିଳିବ ଓ ଆକସ୍ମିକ ଧନଲାଭ ହେବ। କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ମିଥୁନ:-ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ଦୂରବନ୍ଧୁଙ୍କ ସୌଜନ୍ୟମୂଳକ ସାକ୍ଷାତ ଲାଭକରି ଖୁସୀହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।
କର୍କଟ:-ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବାସହ ବାକିଥିବା ଅର୍ଥ ଆଦାୟ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବାସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।
ସିଂହ:-କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। କାର୍ଯ୍ୟକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ଶିଳ୍ପବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ପୂର୍ଣ୍ଣ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
କନ୍ୟା:-ସନ୍ତାନ ସମ୍ବନ୍ଧୀୟ ସମସ୍ୟା ସମାଧାନ କରି ଖୁସୀ ହୋଇ ଯିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବାଉଚିତ୍। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ଓ ମନ ଭାରାକ୍ରାନ୍ତ ରହିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ।ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଘରଠୁ କର୍ମକ୍ଷେତ୍ରକୁ ଗୁରୁତ୍ଵଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ବିରକ୍ତି ସ୍ୱଭାବ ପ୍ରକାଶ ପାଇବାସହ ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ। ନିକଟ ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ବଦଳିଯିବ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇ ଯିବ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଅନେକ ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିପାରନ୍ତି। ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।
ମୀନ:-ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତି ହେବାସହ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।