ମେଷ:-ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବର୍ଚସ୍ଵ ପ୍ରଭାବ ଓ ପରାକ୍ରମ ବଢିବ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ଶାରୀରିକ ଅସୁସ୍ଥତା ଦୂର ହେବ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭବାନ ହେବେ। ହରାଇଥିବା ଧନ ମିଳିଯିବ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇପାରନ୍ତି। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପାଠ ପଢ଼ାରେ ମନଯୋଗ ଦେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ମିଥୁନ:-ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମଜୀବିମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମୋନ୍ନତିର ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ସାଧୁ ଓ ସଚ୍ଚୋଟ ଭାବେ କାର୍ଯ୍ୟ ତୁଲାଇବାରୁ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତିରେ ଜନହିତକର କାର୍ଯ୍ୟ କରି ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ପରିଶ୍ରମର ମୂଲ୍ୟ ନିଶ୍ଚୟ ପାଇବେ। ବ୍ୟବସାୟୀମାନେ କାରବାର ଯେତିକି ହେଲେ ବି ତହିଁରେ ସଂସ୍ଥା ଚଳାଇ ଗୁଜୁରାଣ ମେଣ୍ଟାଇ ପାରିବେ। ପାରିବାରିକ ସମସ୍ୟାର ସମାଧାନ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାର ମାନ୍ୟତା ଦେଇ ପ୍ରଶଂସିତ ହେବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମାଧାନ ହୋଇଯିବ। କୌଣସି ଏକ ନୂତନ ଯୋଜନାର ପ୍ରସ୍ତୁତି କରିବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ ଖୁସି ରହିବେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ସୁଯୋଗ ହାତପାହାନ୍ତାରେ ପାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ବିଚ୍ଛା:-ଶତୃପକ୍ଷ ଦୁର୍ବଳ ହୋଇଯିବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ଓ ସମ୍ମାନଜନକ ଘଟଣା ଘଟି ପାରେ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ଦୂରଯାତ୍ରା କରି ମନ ଖୁସି ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ଧନୁ:-ଶୁଭ ସମାଚାର ଶୁଣି ଖୁସିହେବେ ଓ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ସୃଷ୍ଟି ହେବ। ଚାକିରିପାଇଁ ପ୍ରୟାସ କରୁଥିଲେ ନିରାଶ ହେବେ ନାହିଁ। ଲକ୍ଷ୍ୟସ୍ଥଳରେ ପହଁଞ୍ଚିବା ପାଇଁ ଯେନତେନ ପ୍ରକାରେ ଚେଷ୍ଟା କରିବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ। ବ୍ୟବସାୟରେ ଆଶାକରୁଥିବା ଦିଗରୁ ଲାଭ ମିଳି ନପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମକର:-ବ୍ୟବସାୟୀମାନେ କାରବାରବୃଦ୍ଧି ଫଳରେ ବିଶେଷ ଲାଭବାନ୍ ହେବେ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବାରୁ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେବେ। ପରୀକ୍ଷା ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ। ରାଜନୀତିରେ ଲୋକ ସମ୍ପର୍କକୁ ଆଧାର କରି ଆଗେଇବେ। ଆପଣଙ୍କ ସଫଳତା ଓ ବିଜୟର ଢୋଲ ଚତୁଃପାର୍ଶ୍ୱରେ ବାଜିବା ସହ ପ୍ରତ୍ୟେକ କ୍ଷେତ୍ରରେ ବାଃ ବାଃ ଶୁଣିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
କୁମ୍ଭ:-ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଯୋଗେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବାସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।