ଦୈନିକ ରାଶିଫଳ: 03 ଫେବୃୟାରୀ 2025, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ଚେଷ୍ଟା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ପ୍ରତିକାର- ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ।

ମିଥୁନ:-ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନ ବୃଦ୍ଧି ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ଆର୍ଥିକ ଚିନ୍ତା ଦୁରହେବା ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଶୁଭ ସମ୍ବାଦ ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ନୂତନ କର୍ମ ନିଯୁକ୍ତି ପାଇ ପାରନ୍ତି। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ଅର୍ଜନ କରିବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ପନିପରିବା ଚାଷୀ ଓ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ଧନୁ:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଶତୃମାନେ ଦୂରେଇ ଯିବା ଫଳରେ ମିତ୍ରଙ୍କ ଠାରୁ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶତୃମାନେ ପରାଜିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କୁମ୍ଭ:-ପିଲାମାନଙ୍କ ସଫଳତାରେ ଖୁସିହେବେ। ନିଜର ଯୋଜନାମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ରାଜନୀତି କାର୍ଯ୍ୟରେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ପାରିବାରିକ ଜୀବନ ଆନନ୍ଦମୟ ହେବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!