ଦୈନିକ ରାଶିଫଳ: 03 ମଇ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତ୍ରୁହାନୀ, ଶରୀରସୁସ୍ଥ ରହିବାସହ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଶ୍ରମ ସାର୍ଥକ ହୋଇ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସରକାରୀ କାମରେ ସଫଳତା ପାଇବା ଫଳରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ସାମାଜିକ କାର୍ଯ୍ୟରେ ସମୟ ବିତେଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂତନ କାର୍ଯ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ଓ ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସଫଳତା ପାଇ, ସମୟ ହସ ଖୁସିରେ ବିତିବ। ସନ୍ତାନମାନେ ଉଚିତ୍ପନ୍ଥା ଗ୍ରହଣ କରି ମାନସିକ ଶାନ୍ତି ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। ନୂତନ ଆୟପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ ଭଲ ହେବ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। କର୍ମମୁଖରତା ଯୋଗେ ଇଛାକରି କେତେକକାର୍ଯ୍ୟ ଅଧାରେ ଅଟକି ଯାଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହୋଇ ଉନ୍ନତି ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ ଓ ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ନୂଆ ବେପାରୀଙ୍କ ସହ ଯୋଗାଯୋଗ କରି ନୂତନ ବ୍ୟବସାୟର ଯୋଜନା କରିବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ନିଜ ଲୋକମାନଙ୍କ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ଅଫିସରେ ନିଜର ପ୍ରତ୍ୟୁତ୍ମନ ମତିତା କାରଣରୁ ଟେନସନ୍ ଦୂର ହୋଇ ମଉଜ ମଜଲିସ୍ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହୋଇପାରେ। ଦୂରସ୍ଥାନକୁ ଯାତ୍ରାକଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଧୀରେସୁସ୍ଥେ ଗତିକରି କାମ ହାସଲ କରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆମୋଦ-ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!