ଦୈନିକ ରାଶିଫଳ: 03 ମାର୍ଚ୍ଚ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟି କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପାରିବାରିକ ଜୀବନରେ ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ସାମାଜିକ ପତିଆରା ଅମଳିନ ରହିବା ଫଳରେ ଅଚାନକ ଧନ ପ୍ରାପ୍ତି ହେବ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ବ୍ୟବସାୟୀକ ସଫଳତା ମିଳିବାସହ ଆଶାତୀତ ଲାଭ ପାଇବେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ବରିଷ୍ଠ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ପାରିବାରିକ ଜୀବନ ଆନନ୍ଦମୟ ହେବାସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।ବିରୋଧିମାନେ ଦୂରେଇ ଯିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଗୁରୁଜନ ମାନଙ୍କର ଆଦର ପାଇବା ସହ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ପାଇବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବ୍ୟବସାୟରେ ଅଚାନକ ଧନ ପ୍ରାପ୍ତି ହେବାସହ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ଓ ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହି ପାରନ୍ତି। ପାରିବାରିକ କାମକୁ ଶୃଙ୍ଖଳିତ କରିବେ। ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଅଧିକ ଲାଭ ବାନ୍ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ସହଯୋଗ ପାଇବେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ଅଧ୍ୟୟନ, ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ସମାଜ ସେବାରେ ପ୍ରଶଂସିତ ହେବେ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ବିଦ୍ୟା କ୍ଷେତ୍ରରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଉନ୍ନତି ହେବ ଓ ମନ ଖୁସି ରହିବ। ଆତ୍ମୀୟଙ୍କ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରି ଯାଇ ସୁଖ, ସମ୍ପତ୍ତି ଲାଭ ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ, ମିଷ୍ଟାନ ଭୋଜନ ଓ ଉଚ୍ଚଆଶା ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଆର୍ଥିକ ସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। କେତେକ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପରିଜନ ଓ ସାଧୁଜନପ୍ରିୟ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ବାହ୍ୟ କ୍ଷେତ୍ରରେ ବିପଦରେ ପଡି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!