ଦୈନିକ ରାଶିଫଳ: 03 ସେପ୍ଟେମ୍ବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଆୟରପନ୍ଥା ସହଜ ହେବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୀତିରେ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ଦୁର୍ବଳ ହେବେ ଏବଂ ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଆନନ୍ଦିତ ହେବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। କର୍ମ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇପାରେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। କର୍ମ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ସାମାଜିକ ପତିଆରା ଅମଳିନ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।

କୁମ୍ଭ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!