ଦୈନିକ ରାଶିଫଳ: 03 ସେପ୍ଟେମ୍ବର 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବାସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କ ଠାରୁ ଯଥେଷ୍ଟ ସହାୟତା ପାଇ ମନ ଖୁସି ରହିବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ ଓ ଶୁଭ ସମାଚାର ମିଳିବ। ମିତ୍ରଙ୍କ ସାହାଯ୍ୟରେ ବ୍ୟବସାୟରେ ଉନ୍ନତିହେବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସମ୍ମାନ ଲାଭ କରିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମାଜ ସେବା ରେ ସ୍ଵନାମ ଅର୍ଜନ କରି ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସୁଖ ସମ୍ପଦ ପ୍ରାପ୍ତି, ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ପରିବାରରେ ସମସ୍ତଙ୍କର ପ୍ରିୟହୋଇ ସୁଖଭୋଗ କରିବେ। ଋଣ ଭାରରୁ ମୁକ୍ତି ପାଇବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ଭଲ ରହିବ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବାଦବିବାଦ, କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିକାର-କମଳା ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କନ୍ୟା:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ସାମାଜିକସ୍ଥିତି ମଜଭୁତହେବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। ମାଆ ବାପାଙ୍କ ଠାରୁ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସାମାଜିକ ପତିଆରା ଅମଳିନ ରହିବା ସହ ବକେୟା ଅର୍ଥ ଆଦାୟ ହେବ। ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ। ଚିନ୍ତା କରିଥିବା କାମ ଗୁଡିକ ସହଜରେ ସମ୍ପର୍ଣ୍ଣ ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପାରିବାରିକ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ ସମ୍ପତି କ୍ରୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସମ୍ପତ୍ତି କ୍ରୟ କରିବେ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ମୀନ:-ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। କୋର୍ଟ କଚେରୀ ମାମଲା ସମାଧାନ ହୋଇଯିବ। କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!